ବନ୍ୟା, ଭୂସ୍ଖଳନରେ ୬୦ ମୃତ

ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପ୍ରବଳ ବର୍ଷାଜନିତ ବନ୍ୟା ଯୋଗୁଁ ଅନେକ ଲୋକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ୬ ମାସର ଶିଶୁ ଓ ୧୦ ବର୍ଷର ନାବାଳକ ସାମିଲ ଥିବା ମନ୍ତ୍ରୀନୋମୁସା ଦୁବେ କୁବେ ପ୍ରକାଶ କରିଛନ୍ତି। ଡର୍ବାନରେ ୧୦ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ୪୨ ଜଣ ଆହତ ହୋଇଛନ୍ତି। ଏଠାରେ ଥିବା ଏକ ହିନ୍ଦୁ ମନ୍ଦିରରେ ୧୦ ଫୁଟ ଉଚ୍ଚର ପାଣି ପଶିଯାଇଥିବା ପ୍ରକାଶ। ମାଟି ଧସି ଓ କାନ୍ଥ ପଡି ଅନେକ ଲୋକ ପ୍ରାଣ ହରାଇଛନ୍ତି। ବନ୍ୟାଜଳରେ ରାସ୍ତାଘାଟ ବୁଡି କେତେକ ପୋଲ ଭାଙ୍ଗି ଯାଇଥିବା ଜଣାପଡିଛି। ଉଦ୍ଧାର ଓ ଥଇଥାନ ଲାଗି ସେନାକୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଥିବା ଜଣାପଡିଛି। ପ୍ରଭାବିତଙ୍କୁ ରିଲିଫ ଓ ଖାଦ୍ୟ ପୁଡିଆ ସରକାର ପ୍ରଦାନ କରିଛନ୍ତି। ଦକ୍ଷିଣ ଆଫ୍ରିକା ପାଣିପାଗ ବିଭାଗ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri