ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ରାଇରଙ୍ଗପୁର,୨୮ା୪(ଡି.ଏନ୍‌.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି ଗ୍ରାମ ବଡ଼ଗୁଣ ବସ୍ତି ଅଞ୍ଚଳର ଗୋବିନ୍ଦ ଦାସ, ଲକ୍ଷ୍ମଣ ଦେହୁରୀ, ପୁରୁଷୋତ୍ତମ ଦେହୁରୀ, ପୀତବାସ ଦାସ, ଅନାଦି ଦେହୁରୀ, ପ୍ରଦୀପ କୁମାର ପାତ୍ର, ଯୋଗେଶ୍ୱର ଦେହୁରୀ, ସୁଦର୍ଶନ ଦେହୁରୀ ଓ ଦୁର୍ଯ୍ୟାଧନ ଦେହୁରୀ। ଲକଡାଉନର ସୁଯୋଗ ନେଇ ଏହି କାଠଚୋରମାନେ ଶିମିଳିପାଳ ଅଭୟାରଣ୍ୟ ପାର୍ଶ୍ୱ ତାଳବନ୍ଧ ରେଞ୍ଜ ଅଞ୍ଚଳରୁ କାଠ କାଟୁଥିଲେ। ଖବରପାଇ ଚଢାଉ କରିଥିବା ବନ କର୍ମଚାରୀମାନଙ୍କୁ ସେମାନେ ଆକ୍ରମଣ କରି ଫେରାର ହୋଇ ଯାଇଥିଲେ। ରେଞ୍ଜ ଅଧିକାରୀ ମଧୁସ୍ମିିତା ଦାସଙ୍କ ଅଭିଯୋଗ କ୍ରମେ ବିଶୋଇ ଥାନାରେ ଏକ ମାମଲା(ନଂ.୩୬/୨୦୨୦) ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri