ବନ ବିଭାଗ ପକ୍ଷରୁ ଚଢ଼ାଉ : ଶାଳକାଠ ସହ ଗାଡ଼ି ଜବତ, ୨ ଗିରଫ

ମାଲକାନଗିରି,୨୧।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ପଦ୍ମଗିରି ନିକଟରେ ବନ ବିଭାଗ ପକ୍ଷରୁ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ଶାଳକାଠ ସହ ଏକ ପିକ୍‌ଅପ୍‌ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ଖଣ୍ଡୀୟ ବନାଧିକାରୀ ପ୍ରଦୀପ ଦେବଦାସ ମିରାସେଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ ବନ କର୍ମଚାରୀ ଓ ପାରା ଷ୍ଟାଫ୍‌ଙ୍କ ସହ ମଙ୍ଗଳବାର ରାତିରେ ପଦ୍ମଗିରି ଅଞ୍ଚଳରେ ପେଟ୍ରୋଲିଂ ସମୟରେ ଏକ ପିକ୍‌ଅପ୍‌ ଅଟକାଇ ଯାଞ୍ଚ କରିଥିଲେ ା ଏହି ସମୟରେ ସଂପୃକ୍ତ ଗାଡ଼ିରେ ୯୦ଟି ଶାଳ କାଠ ଥିବା ଜଣାପଡ଼ିବା ପରେ ସଂପୃକ୍ତ କାଠ ସହ ଗାଡ଼ିକୁ ଜବତ କରି ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରିଥିଲେ ା ଗିରଫମାନେ ହେଲେ କୋରୁକୋଣ୍ଡା ଗ୍ରାମର ରବି କବାସୀ(୨୩) ଓ ମାଲକାନଗିରି ବାଲିସାଗର ସାହିର ଶବର ସଗରିଆ(୩୮)। ଅଭିଯୁକ୍ତ ଦ୍ୱୟଙ୍କ ନାମରେ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି ା ଏଥିରେ ବନପାଳ ଦୀପଙ୍କର ଶିଉଳି, ଦିବାକର ଜେନା, ଜଗଦୀଶ କୁମାର ଦାସ, ବନରକ୍ଷୀ ଅର୍ଜୁନ ବଟେ, ଜ୍ୟୋତିର୍ମୟୀ ସରୁପାରାଣୀ, ହୃଷୀକେଶ ପାଣିଗ୍ରାହୀ ଓ ପାରାଷ୍ଟାଫ୍‌ ଏହି ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri