Posted inରାଜ୍ୟ

ବନ ବିଭାଗ ପକ୍ଷରୁ ଚଢ଼ାଉ: ସାଇଜ୍‌ ଶାଳ, ଶାଗୁଆନ ପଟା ଜବତ

ଓଡ଼ଗାଁ,୧୩ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବାହାଡ଼ାଝୋଲା ସେକ୍ସନ ଅଧୀନ ବିଭିନ୍ନ ଗ୍ରାମରେ ବିଭାଗ ତରଫରୁ କ୍ରମାଗତ ଚଢ଼ାଉ ଜାରି ରହିଛି । ଶୁକ୍ରବାର ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର ନାଥ ପଣ୍ଡା, ବାହାଡ଼ାଝୋଲା ସେକ୍ସନ ବନପାଳ ସରିତା ବରାଳ, ବନରକ୍ଷୀ ଓ ବନ ସୁରକ୍ଷା ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରାଯାଇ ଉକ୍ତ ଥାନା ଅନ୍ତର୍ଗତ ସିଙ୍ଗାରପଲ୍ଲୀ ଗ୍ରାମର ଅଶୋକ ସେନାପତିଙ୍କ ଏକ ବନ୍ଦ ଘରୁ ବିପୁଳ ପରିମାଣର ସାଇଜ୍‌ ଶାଳ, ଶାଗୁଆନ ପଟା ଜବତ କରାଯାଇଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି । ସେନାପତି ଦୀର୍ଘଦିନ ଧରି ଏହି ଘରେ ରହୁ ନ ଥିବାବେଳେ ମୂଲ୍ୟବାନ କାଠ ମହଜୁଦ ଥିବା ବିଭାଗୀୟ ସୂତ୍ରରୁ ସୂଚନା ମିଳିଥିଲା । ତେବେ ଚଢ଼ାଉବେଳେ ଘର ମାଲିକ ଅଶୋକ ଗାଁରେ ଅନୁପସ୍ଥିତ ଥିବାରୁ ନିର୍ବାଚିତ ପ୍ରତିନିଧି ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ତାଲା ଖୋଲାଯାଇଥିଲା। ମାପ, ଓଜନ କରାଯିବା ପରେ ପଟା, ସାଇଜ୍‌ କାଠର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନପାଳ ସୂଚନା ଦେଇଛନ୍ତି । ଘଟଣାର ତଦନ୍ତପୂର୍ବକ ଘର ମାଲିକଙ୍କ ନାମରେ କେସ୍‌ ରୁଜୁ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ପଣ୍ଡା ଓ ବନପାଳ ବରାଳ ସୂଚନା ଦେଇଛନ୍ତି । ବନରକ୍ଷୀ ଶୁଭେନ୍ଦୁ ପ୍ରସାଦ ନାୟକ, ଧରଣୀଧର ନାୟକ ଏବଂ ବନ ସୁରକ୍ଷା ବଳର ସଦସ୍ୟମାନେ ଚଢ଼ାଉରେ ସାମିଲ ହୋଇଥିଲେ । ସୂଚନାଯୋଗ୍ୟ, ବାରମ୍ବାର ଚଢ଼ାଉ ଫଳରେ ୨ ସପ୍ତାହ ମଧ୍ୟରେ ବନ ବିଭାଗ ପକ୍ଷରୁ ପ୍ରାୟ ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଶାଳ ଓ ଶାଗୁଆନ ପଟା ଜବତ କରାଯାଇଛି । ତେବେ ବିଭିନ୍ନ ଗ୍ରାମରୁ ଜବତ ହୋଇଥିବା ବିପୁଳ ପରିମାଣର ଏହି ମୂଲ୍ୟବାନ ସାଇଜ୍‌ କାଠ ଓ ପଟା କେତେଜଣ ବିଭାଗୀୟ କର୍ମଚାରୀଙ୍କ ସଲାସୁତରାରେ ଟିମ୍ବର ଡିପୋକୁ ବେଆଇନ ଭାବେ ଯୋଗାଣ ହେଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri