ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡରେ ପରିଲକ୍ଷିତ ହୋଇଛି। ଏହି କ୍ରମରେ ବରଗଡ ଶ୍ରମିକ ସମନ୍ବୟ ସମିତି ନେତୃତ୍ୱରେ ବୁଧବାର ସ୍ଥାନୀୟ କୋର୍ଟ, କଚେରୀ, ଜିଲାପାଳ ଅଫିସ ସମେତ ସମସ୍ତ ସରକାରୀ ଅଫିସକୁ ଅଚଳ କରିଦିଆଯାଇଛି। ଦିନ ପ୍ରାୟ ୧୦ଟାରେ ବିଚାରପତି ଏବଂ ଅନ୍ୟ ବିଚାର ବିଭାଗୀୟ କର୍ମଚାରୀମାନେ ସ୍ଥାନୀୟ କୋର୍ଟକୁ ଆସୁଥିଲେ। ମାତ୍ର କୋର୍ଟ ସମ୍ମୁଖରେ ଚାଲିଥିବା ପିକେଟିଂ ତଥା ବନ୍ଦ ପାଳନକାରୀଙ୍କଠାରୁ ସେମାନଙ୍କ ଆନ୍ଦୋଳନ ନେଇ ଅବଗତ ହେବା ପରେ ବିଚାରପତି, ବିଚାର ବିଭାଗୀୟ କର୍ମଚାରୀମାନେ ସେଠାରୁ ଫେରି ଯାଇଥିଲେ। ଏହାପରେ ସଂଗଠନର କର୍ମକର୍ତ୍ତାମାନେ ଅନ୍ୟ ସରକାରୀ ଅଫିସକୁ ଯାଇ ସେଠାରେ ପିକେଟିଂ କରି ସେହି ଅଫିସଗୁଡିକୁ ବନ୍ଦ କରି ଦେଇଥିଲେ। କଂଗ୍ରେସ ନେତୃବୃନ୍ଦ ମଧ୍ୟ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ବରଗଡ ଜିଲା ଶ୍ରମିକ ସମନ୍ବୟ ସମିତିର ବ୍ରହ୍ମା ମହାକୁଡ, ଜେଠୁ ଭୋଇ, କଂଗ୍ରେସର ଯୁଗଳ ପ୍ରସାଦ ସିଂ, ନିପନ କୁମାର ଦାଶ, ନିହାର ରଞ୍ଜନ ମହାନନ୍ଦ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ। ଅନ୍ୟପକ୍ଷରେ ବରଗଡ ଧନୁଯାତ୍ରା ମହୋତ୍ସବ ଚାଲୁଥିବା ଯୋଗୁ ଯାନବାହାନ ଚଳାଚଳ ଏବଂ ଦୋକାନ ବଜାରକୁ ବନ୍ଦ ପାଳନରୁ ବାଦ ଦିଆଯାଇଛି। ଫଳରେ ବରଗଡରେ ଦୋକାନ ବଜାର ଖୋଲାଥିବାବେଳେ ଯାନବାହାନ ଚଳାଚଳ ସ୍ବାଭାବିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri