ବରଗଡ଼ରୁ ୧୧ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୨ ସେନା କର୍ମଚାରୀ, ଗର୍ଭବତୀ

ବରଗଡ଼ ଅଫିସ, ୧୭।୬: ବରଗଡ଼ ଜିଲାରୁ ବୁଧବାର ପୁଣି ୧୧ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଭଟଲି ବ୍ଲକ ଅନ୍ତର୍ଗତ ନଳାଚୂଆଂରୁ ୩ଜଣ ଚିହ୍ନଟ ହୋଇଥିବା ବେଳେ ବଡ଼ମାଳରୁ ୨, ବେହେରାପାଲିର ୧, ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୬ ଅଧୀନ କେନାଲପଡ଼ା(ଗାନ୍ଧିନଗର)ର ୧, ବିଜେପୁର ବ୍ଲକର ୩, ଅମ୍ବାଭୋନା ବ୍ଲକ ରୁଚିଦାର ୧ ଆକ୍ରାନ୍ତ ରହିଛନ୍ତି। ତେବେ ବଡ଼ମାଳର ୨ ଆକ୍ରାନ୍ତ ସେନା କର୍ମଚାରୀ ହୋଇଥିବା ବେଳେ ବେହେରାପାଲିର ଆକ୍ରାନ୍ତ ଜଣଙ୍କ ଜଣେ ଗର୍ଭବତୀ ବୋଲି ଜଣାପଡିଛି। ସମସ୍ତ ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬ରେ ପହଞ୍ଚିଛି। ଅନ୍ୟପକ୍ଷରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଗ୍ରାମକୁ କଣ୍ଟେନମେଣ୍ଟ ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri