ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ

ବରଗଡ଼ ଅଫିସ,୧୫।୮ : ବରଗଡ଼ ଜଜ୍‌ ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏଠାରେ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ ସମାରୋହରେ ଡିଏସ୍‌ପି ନଗେନ୍ଦ୍ର ପ୍ରସାଦ ନାୟକଙ୍କ ସମେତ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।