ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ, ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା

ବରଗଡ଼ ଅଫିସ,୨୦।୬: ବରଗଡ଼ ଜିଲାରେ ଶନିବାର ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର ଏବଂ ସେମାନଙ୍କ ବାହ୍ୟଗସ୍ତ ସମ୍ପର୍କରେ କୌଣସି ସୂଚନା ନାହିଁ । ଉଭୟ ଆକ୍ରାନ୍ତଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ତେବେ ଗତ ୧୬ ତାରିଖ କଟାପାଲି ଗ୍ରାମରେ ଜଣେ ୭୬ ବର୍ଷୀୟ ବୃଦ୍ଧ ଚିହ୍ନଟ ହେବା ପରେ ଏହି ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୪ଦିନ ମଧ୍ୟରେ କେବଳ କଟାପାଲି ଗ୍ରାମରେ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri