ବରଗଡ଼ରେ ମାତିଲେ ଲୁଟେରା: ମହିଳାଙ୍କ ସୁନାଚେନ ଲୁଟି ୨ ଦୁର୍ବୃତ୍ତ ଫେରାର୍‌

ବରଗଡ଼ ଅଫିସ,୧୪।୯: ବରଗଡ଼ ସହରରେ ଅପରାଧୀ ସକ୍ରିୟ ହୋଇ ପଡିଛନ୍ତି। କେତେବେଳେ ଦାମି ଗାଡ଼ି ଏଠାରେ ଚୋରି ହେଉଛି ତ ଆଉ କେବେ ଦିନ ଦ୍ବିପ୍ରହରରେ ଲୁଟପାଟ ଚାଲିଛି। ସୋମବାର ପୂର୍ବାହ୍ନରେ ବରଗଡ଼ ମିନି ଷ୍ଟାଡିୟମ ପଛପଟ ନିକଟ ନେହେରୁ ଆସୋସିଏଶନର ସମ୍ମୁଖ ଗଳିରାସ୍ତାକୁ ୨ଲୁଟେରା ଏକ ବାଇକରେ ଆସି ଜ୍ୟୋତ୍ସ୍ନା ପଣ୍ଡା ନାମକ ଜଣେ ମହିଳାଙ୍କ ଗଳାରୁ ସୁନାଚେନ ଲୁଟି ଫେରାର୍‌ ହୋଇ ଯାଇଛନ୍ତି। ମହିଳା ଜଣକ ସୈନିକ ଡେଲି ନିଡ୍ସ ଦୋକାନ ଆଗରେ ଥିବାବେଳେ ଲୁଟେରାମାନେ ଏହି କାଣ୍ଡ ଭିଆଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ କାବୁ କରିବାକୁ ଗୋଡାଇ ଥିଲେ ସୁଦ୍ଧା ଲୁଟେରାମାନେ ଚକମା ଦେଖାଇ ଖସି ଯାଇଥିଲେ। ଏ ନେଇ ବରଗଡ଼ ଟାଉନ ଥାନାରେ ଏତଲା ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ମାତ୍ର ଲୁଟେରାଙ୍କୁ ଠାବ କରି ପାରି ନାହିଁ । ଲୁଟେରାମାନେ ସମ୍ବଲପୁରୀ ଭାଷାରେ କଥାବାର୍ତ୍ତା ହେଉଥିବା କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri