ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ବୃଦ୍ଧଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ଗତ ୧୪ ତାରିଖରୁ ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଭେଣ୍ଟିଲେଟରରେ ଚିକିତ୍ସାଧିନ ଅଛନ୍ତି। ତେବେ ଉକ୍ତ ଆକ୍ରାନ୍ତଙ୍କ ପରିବାରର ଅନ୍ୟ ୩ ସଦସ୍ୟଙ୍କଠାରେ ଲକ୍ଷଣ ଦେଖାଯିବାରୁ ସେମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲକୁ ନିଆଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଏବଂ ପାଶର୍‌ବବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି। ଉକ୍ତ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରେ ପହଞ୍ଚିଛ।