ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ ପୁରୋହିତ ଦାବି ଉଠାଇଛନ୍ତି । ଏମ୍‌ପି ପୁରୋହିତ ସଦନରେ କହିଥିଲେ, ୧୯୨୬ ଜାନୁଆରୀ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିବା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ ବର୍ଷ ୨୦୨୬ରେ ପୂରଣ ହୋଇଛି । ଅଳ୍ପ ବୟସରୁ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ପ୍ରେରିତ ହୋଇ ସେ ‘ଭାରତ ଛାଡ଼ ଆନ୍ଦୋଳନ’ରେ ସକ୍ରିୟ ଭାଗ ନେଇଥିଲେ । କାରାବାସ ଭୋଗ କରିଥିଲେ ଏବଂ ବ୍ରିଟିଶ ଶାସନ ବିରୋଧରେ ସଂଗ୍ରାମ କରିଥିଲେ। ତାଙ୍କର ସାହସ, ତ୍ୟାଗ ଓ ନେତୃତ୍ୱ ଆଜି ମଧ୍ୟ ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି। ସ୍ବାଧୀନତା ପରେ ପାର୍ବତୀ ଗିରି ନିଜ ଜୀବନକୁ ସମାଜସେବା, ମହିଳା ସଶକ୍ତିକରଣ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଅସହାୟ ଶିଶୁମାନଙ୍କ କଲ୍ୟାଣ ପାଇଁ ସମର୍ପିତ କରିଥିଲେ। ଗତ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ “ମନ କି ବାତ୍‌“ କାର୍ଯ୍ୟକ୍ରମରେ ତାଙ୍କୁ ଶ୍ରଦ୍ଧା ପୂର୍ବକ ସ୍ମରଣ କରିଥିଲେ । ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହୋଇଥିଲେ ମଧ୍ୟ ଜାତୀୟସ୍ତରରେ ତାଙ୍କୁ ଯଥେଷ୍ଟ ପରିଚୟ ମିଳିନଥିବା ଉଲ୍ଲେଖ କରି ଏମ୍‌ପି ପୁରୋହିତ କେନ୍ଦ୍ର ସରକାରଙ୍କୁ ତାଙ୍କ ଜନ୍ମ ଶତବାର୍ଷିକୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ଅନୁରୋଧ କରିଛନ୍ତି । ସେ ଆହୁରି ଦାବି କରିଛନ୍ତି, ପାର୍ବତୀ ଗିରିଙ୍କ ଜୀବନ ଉପରେ ଆଧାରିତ ବଡ଼ମା ନାମରେ ଏକ ଜାତୀୟ ଜୀବନୀଚିତ୍ର (ବାୟୋପିକ) ପ୍ରଦର୍ଶନ କରାଯାଉ ଏବଂ ଭାରତୀୟ ଡାକ ବିଭାଗ ପକ୍ଷରୁ ତାଙ୍କ ନାମରେ ସ୍ମାରକ ଡାକ ଟିକଟ ପ୍ରକାଶ କରାଯାଉ। ଏହା ତାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବା ସହିତ ଯୁବପିଢ଼ୀଙ୍କୁ ରାଷ୍ଟ୍ରସେବା, ତ୍ୟାଗ ଓ ସମର୍ପଣର ପ୍ରେରଣା ଯୋଗାଇବ ବୋଲି ପୁରୋହିତ ମତପ୍ରକାଶ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri