ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର ପୈତୃକ ବାସଗୃହ, ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଘସିଆନସ୍ଥିତ ଶ୍ବଶୁର ଘର, ସରକାରୀ ଅଫିସ ଆଦି ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରିରହିଛି। ସରକାରୀ ବାସଭବନରେ ଗତ ୬ ମାସ ହେଲା ସେ ରହୁ ନ ଥିବା ଯୋଗୁ ସେଠାରେ ତଲାସୀ ହୋଇ ନାହିଁ। ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକ, ରାଉରକେଲା ଭିଜିଲାନ୍ସ ଡିଏସ୍‌ପି ଡି. ସେଠୀ, ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ପରମେଶ୍ବର କିଶାନ ପ୍ରମୁଖ ଏହି ଚଢ଼ାଉରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri