ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘ

ବରଗଡ଼ ଅଫିସ,୧୧।୧୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହେବ। ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଏହା ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ ଚରିତ୍ର କଂସଙ୍କ ସମେତ ମହାମନ୍ତ୍ରୀ, ସେନାପତି ଭୂମିକା ପାଇଁ କଳାକାର ଚୟନ ହେବ ବୋଲି ଧନୁଯାତ୍ରା କଳାକାର ସମନ୍ବୟ ସମିତି ନିଷ୍ପତ୍ତି ନେଇଛି। ତେବେ ଦୁଇବର୍ଷ ତଳେ କଂସ ଚୟନ ସରିଥିବା ବେଳେ ପରମ୍ପରା ଅନୁଯାୟ ୩ ବର୍ଷ ନ ପୂରୁଣୁ ଏଥର ପୁଣି କଂସ ଚୟନକୁ ଧନୁଯାତ୍ରାପ୍ରେମୀ, କଳାକାରଙ୍କ ସମେତ ସାଧାରଣ ଜନତା ମଧ୍ୟ ସହଜରେ ଗ୍ରହଣ କରି ପାରୁ୍‌ନାହାନ୍ତି। ଏହି ପରିପ୍ରେକ୍ଷୀରେ କଂସ ଚୟନକୁ ବିରୋଧ କରି ଧନୁଯାତ୍ରା କଳାକାର ସଂଘ ଏବଂ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଅନୁରୂପ ଭାବେ କଂସ ଚୟନ ବିରୋଧରେ କବି, କଳାକାର ଏକଜୁଟ୍‌ ହୋଇଛନ୍ତି । ଏହି କ୍ରମରେ ସୋମବାର ବରଗଡ଼ ଜିଲା ମିଳିତ କଳାକାର ମଞ୍ଚ ନେତୃତ୍ୱରେ ପଦ୍ମଶ୍ରୀ ହଲଧର ନାଗ, ବ୍ୟଙ୍ଗକବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ବରଗଡ଼ ଜିଲା ମିଳିତ କଳାକାର ମଞ୍ଚର ସମ୍ପାଦକ ଚୈତନ୍ୟ ପାଇକ, କୋଶଲ ଫାଉଣ୍ଡେସନର ମୁଖ୍ୟ ଇଂ ଦେବବ୍ରତ ମିଶ୍ରଙ୍କ ସମେତ ବହୁ କବି, କଳାକାର ସ୍ଥାନୀୟ ଗାନ୍ଧୀଛକରେ ଏକତ୍ରିତ ହୋଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ଗତ ୨୦୧୭ କଂସ ଚୟନ ସମୟରେ ଦିଆଯାଇଥିବା ମୌଖିକ ପ୍ରତିଶ୍ରୁତି ଅନୁଯାୟୀ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ଭୁବନେଶ୍ବର ପ୍ରଧାନଙ୍କୁ କଂସ ଭୂମିକାରେ ଅଭିନୟ କରିବା ପାଇଁ ସୁଯୋଗ ଦେବାକୁ ନିବେଦନ କରାଯାଇଛି । ସେ ନେଇ ପୁନର୍ବିଚାର କରାଯିବ ବୋଲି ଅତିରିକ୍ତ ଜିଲାପାଳ ଟପ୍ପୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri