ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ ମୁଖ୍ୟ ଚରିତ୍ର କଂସଙ୍କ ସମେତ ମହାମନ୍ତ୍ରୀ, ସେନାପତି ଭୂମିକା ପାଇଁ କଳାକାର ଚୟନ ହେବ ବୋଲି ସୋମବାର ଧନୁଯାତ୍ରା କଳାକାର ସମନ୍ବୟ ସମିତି ନିଷ୍ପତ୍ତି ନେଇଛି। ତେବେ ଦୁଇବର୍ଷ ତଳେ କଂସ ଚୟନ ସରିଥିବା ବେଳେ ପରମ୍ପରା ଅନୁଯାୟୀ ତିନିବର୍ଷ ନ ପୂରୁଣୁ ଏଥର ପୁଣି କଂସ ଚୟନକୁ ଧନୁଯାତ୍ରାପ୍ରେମୀ, କଳାକାରଙ୍କ ସମେତ ସାଧାରଣ ଜନତା ମଧ୍ୟ ସହଜରେ ଗ୍ରହଣ କରି ପାରୁ ନାହାନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପଶ୍ଚିମ ଓ ଧନୁଯାତ୍ରା କଳାକାର ସଂଘ ପକ୍ଷରୁ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସ୍ମାରକପତ୍ରରେ ଉଲ୍ଲେଖ ରହିଛି ଯେ, ଚୟନ ପରେ କଂସ ଅଭିନେତା ଅତିକମରେ ତିନିବର୍ଷ ଧନୁଯାତ୍ରାରେ ଅଭିନୟ କରି ପାରିବେ ବୋଲି ପରମ୍ପରା ରହିଛି। ଏପରିକି ବିଗତ ଦିନରେ ହୋଇଥିବା ଚୟନ ପ୍ରକ୍ରିୟାରେ ଭୁବନେଶ୍ବରଙ୍କୁ ସେଭଳି ମୌଖିକ ପ୍ରତିଶ୍ରୁତି ମଧ୍ୟ ଦିଆଯାଇଥିଲା। ଫଳରେ ଏଥର ଭୁବନେଶ୍ବର ପ୍ରଧାନଙ୍କୁ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ଦିଆଯିବା ସହିତ ଧନୁଯାତ୍ରା ମହୋତ୍ସବର ପରମ୍ପରାକୁ ରକ୍ଷା କରିବାକୁ ପଶ୍ଚିମ ଓ ଧନୁଯାତ୍ରା କଳାକାର ସଂଘ ଜିଲାପାଳଙ୍କୁ ନିବେଦନ କରିଛି। ସଂଘର ସଭାପତି ଦୟାନିଧି ପ୍ରଧାନଙ୍କ ନେତୃତ୍ୱରେ ସଭ୍ୟ ତଥା ଦୁଇ କଂସ ଅଭିନେତା ଜଗଦାନନ୍ଦ ମିଶ୍ର, ସୁଶିଲ ମେହେର ପ୍ରମୁଖ ସ୍ମାରକପତ୍ର ପ୍ରଦାନ କରିଥିଲେ। ସ୍ମାରକପତ୍ର ଗ୍ରହଣ କରି ଜିଲାପାଳ ତାକୁ ବିଚାରକୁ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri