ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି ମଞ୍ଚକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଏସପି ପି.ଏସ୍‌ ମୀନା, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ମଞ୍ଚ ପରିଚାଳନା କରିଥିଲେ। ରଙ୍ଗମହଲ ମଞ୍ଚର ଆବାହକ ଅକ୍ରୂର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ। ରଙ୍ଗମହଲ ଉଦଘାଟନ ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି ବିଚଳିତ କଂସ ନିଜ ମନକୁ ଶାନ୍ତ କରିଥିଲେ। ଅନ୍ୟପଟେ କାରାଗାରରେ ବନ୍ଦୀ ଦେବକୀଙ୍କ କୋଳରେ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ବସୁଦେବ ଶ୍ରୀକୃଷ୍ଣଙ୍କୁ ଧରି ଗୋପପୁରକୁ ଯାଇଥିଲେ। ସେଠାରେ ନନ୍ଦରାଣୀ, ନନ୍ଦରାଜାଙ୍କ କୋଳରେ ଶ୍ରୀକୃଷ୍ଣଙ୍କୁ ଛାଡ଼ିଥିଲେ ଏବଂ ବିଜୁଳିକନ୍ୟାଙ୍କୁ ଧରି ବସୁଦେବ ନିଶାର୍ଦ୍ଧରେ କାରାଗାର ପ୍ରତ୍ୟାବର୍ତ୍ତନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri