ବରଗଡ଼ ଧାନକିଣା ଦୁର୍ନୀତି: ଆର୍ଥିକ ଅପରାଧ ଶାଖା ତଦନ୍ତ ଦାବି କଲା ଆପ୍‌

ବରଗଡ଼ ଅଫିସ,୨୧।୯: ବରଗଡ଼ ଜିଲା ତୋରା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ରେ ଗତ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଦୁର୍ନୀତିରେ ଖୋଦ୍‌ ସମବାୟ, ଯୋଗାଣ, ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି), ରାଜସ୍ବ ବିଭାଗର କିଛି ଅଧିକାରୀ, କର୍ମଚାରୀ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଏଥିରେ କୋଟିକୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ କରି ଅର୍ଥନୈତିକ ଅପରାଧ ଶାଖା ଦ୍ବାରା ଏହାର ତଦନ୍ତ ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌), ବରଗଡ଼ ଜିଲା ପକ୍ଷରୁ ଦାବି ହୋଇଛି। ଦାବି ପୂରଣ ନ ହେଲେ ଆପ୍‌ କର୍ମକର୍ତ୍ତା ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ଆପ୍‌ ପ୍ରତିନିଧିମଣ୍ଡଳୀ ଶନିବାର ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଏଥିରେ ଆପ୍‌ ଜିଲା ଆବାହକ ଭବାନୀ ପ୍ରସାଦ ସାହୁ, ପବିତ୍ର ଦେହୁରୀ, ରମେଶ ପତି, ମେରିୟମ ବାର୍ଲା, ଅସିତ୍‌ ସାହୁ, ମହମ୍ମଦ ଅଲିମ୍‌ ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ରେଳପଥ, ନଈନାଳ, ଗ୍ରାମ୍ୟରାସ୍ତା, ଜଳାଶୟ ଆଦି ଅଣଚାଷ ଜମିକୁ ଚାଷଜମି ଭାବେ ଚାଷୀ ପରିଚୟ ପତ୍ରରେ ଉଲ୍ଲେଖ କରି ଧାନ କିଣାବିକା ସହିତ ସେଭଳି ଜାଲିଆତିରେ କ୍ରୟଧାନର ସହାୟକ ମୂଲ୍ୟ କେତେକ ଚାଷୀଙ୍କ ଆକାଉଣ୍ଟରେ ଜମା ହୋଇଥିବା ପଦାକୁ ଆସିଥିଲା। ଏହି ଦୁର୍ନୀତିରେ ତଳୁ ଉପର ପର୍ଯ୍ୟନ୍ତ ଅନେକ ଅଧିକାରୀ, କର୍ମଚାରୀ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା।
ତେବେ ଜିଲାପାଳ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ସମବାୟ ଓ ଯୋଗାଣ ବିଭାଗର ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। ଏହି କମିଟି ତାହାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri