ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଏଚ୍‌ସି ଘୋଷଣା ନେଇ ବିଜ୍ଞପ୍ତି ପ୍ରକାଶ

ବରଗଡ଼ ଅଫିସ, ୨୦।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ରାଜ୍ୟ ସରକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ରସଂଖ୍ୟା -୫୨୫୦ ତା-୨୦/୨/୨୦୨୦ରେ ଉକ୍ତ ବିଭାଗର ଯୁଗ୍ମ ସଚିବ ଆର୍‌. ବିଶ୍ବାଳ ଏହା ଉଲ୍ଲେଖ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତମାସ ୨୧ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁକୁର୍ଲା(ଖେଦାପାଲି)ରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଉଦ୍‌ଘାଟନ କରିଥିଲେ। ଏହାପରେ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଅନ୍ତର୍ବିଭାଗ ଓ ବହିର୍ବିଭାଗ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଠପ୍‌ ପଡିଯାଇଥିଲା। ପରେ ଜନ ଆନ୍ଦୋଳନ ଚାପରେ ପ୍ରଥମେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ପିଏଚ୍‌ସି ଏବଂ ପରେ ସିଏଚ୍‌ସି ଘୋଷଣା କରିଥିଲେ ସୁଦ୍ଧା ସେ ସମ୍ପର୍କୀତ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲା। ଫଳରେ ସେ ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ସହିତ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ବରଗଡ଼ ଏକତା ମଞ୍ଚ ଧାରଣାରେ ବସିଥିବାବେଳେ ପ୍ରତିଦିନ ସାେରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ମହମବତୀ ଶୋଭାଯାତ୍ରା ଚାଲିଛି। ତେବେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଏଚ୍‌ସି ମାନ୍ୟତା ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଧାରଣା, ଶୋଭାଯାତ୍ରା କେଉଁ ମୋଡ ନେବ, ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri