ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଏଚ୍‌ସି ଘୋଷଣା ନେଇ ବିଜ୍ଞପ୍ତି ପ୍ରକାଶ

ବରଗଡ଼ ଅଫିସ, ୨୦।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ରାଜ୍ୟ ସରକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ରସଂଖ୍ୟା -୫୨୫୦ ତା-୨୦/୨/୨୦୨୦ରେ ଉକ୍ତ ବିଭାଗର ଯୁଗ୍ମ ସଚିବ ଆର୍‌. ବିଶ୍ବାଳ ଏହା ଉଲ୍ଲେଖ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତମାସ ୨୧ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁକୁର୍ଲା(ଖେଦାପାଲି)ରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଉଦ୍‌ଘାଟନ କରିଥିଲେ। ଏହାପରେ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଅନ୍ତର୍ବିଭାଗ ଓ ବହିର୍ବିଭାଗ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଠପ୍‌ ପଡିଯାଇଥିଲା। ପରେ ଜନ ଆନ୍ଦୋଳନ ଚାପରେ ପ୍ରଥମେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ପିଏଚ୍‌ସି ଏବଂ ପରେ ସିଏଚ୍‌ସି ଘୋଷଣା କରିଥିଲେ ସୁଦ୍ଧା ସେ ସମ୍ପର୍କୀତ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲା। ଫଳରେ ସେ ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ସହିତ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ବରଗଡ଼ ଏକତା ମଞ୍ଚ ଧାରଣାରେ ବସିଥିବାବେଳେ ପ୍ରତିଦିନ ସାେରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ମହମବତୀ ଶୋଭାଯାତ୍ରା ଚାଲିଛି। ତେବେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଏଚ୍‌ସି ମାନ୍ୟତା ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଧାରଣା, ଶୋଭାଯାତ୍ରା କେଉଁ ମୋଡ ନେବ, ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri