CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ

ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ବାବ୍ ନମୁନା ପଜିଟିଭ୍ ଆସିଥିବା ଜିଲା  ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସଂକ୍ରମିତ ଜଣକ ଗତ କିଛିଦିନ ତଳେ ବମ୍ବେରୁ ଫେରି ହୋମ କ୍ବାରାଣ୍ଟାଇନରେ ଥିଲେ। ବରଗଡ଼ ହେଡ୍ କ୍ବାର୍ଟରରୁ ଏଭଳି ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସତର୍କତା, ସଚେତନତା ଅବଲମ୍ବନ ନ କଲେ ଆଗକୁ ଏହି ସଂକ୍ରମଣକୁ ଆହୁରି ଅଧିକ ହେବ ବୋଲି ଏବେଠାରୁ ଆଶଙ୍କା ପ୍ରକାଶ ପାଇଲାଣି। ସଂକ୍ରମିତ ଚିହ୍ନଟ ହେବା ପରେ ସୁବାସ ନଗରକୁ ପ୍ରଶାସନ ପକ୍ଷରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri