ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଧରାକୋଟ,୧୧ା୬(ଡି.ଏନ.ଏ.)-ଧରାକୋଟ ବ୍ଲକ ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ବୁଧବାର ରାତିରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମଚ୍ଛାକୋଟ ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଶିବରାମ ପ୍ରଧାନ (୫୫)।
ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ମଧ୍ୟାହ୍ନରେ ଶିବରାମ ଅସୁସ୍ଥ ହେବା ପରେ ଅପରାହ୍ନରେ ଆଶାକର୍ମୀଙ୍କ ସହାୟତାରେ ତାଙ୍କୁ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଚିକିତ୍ସା ପରେ ଔଷଧ ଦିଆଯାଇ ତାଙ୍କୁ ପୁଣି କ୍ୱାରାଣ୍ଟାଇନ କେନ୍ଦ୍ରରେ ଛଡ଼ାଯାଇଥିଲା। ତେବେ ରାତି ୯ଟାରେ ଶିବରାମ ପୁଣି ଅସୁସ୍ଥ ହୋଇ ପଡ଼ିଥିଲେ। ମାତ୍ର କିଛି ସମୟ ମଧ୍ୟରେ ତାଙ୍କର ପ୍ରାଣବାୟୁ ଚାଲିଯାଇଥିଲା। ଗୁରୁବାର ଆସିକା ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri