ବରପଦା-ଆଗରପଡ଼ା ରାସ୍ତା ପୁନଃନିର୍ମାଣ ନ ହେଲେ ଆନ୍ଦୋଳନ

ବନ୍ତ,୨୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ବରପଦା-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ରାସ୍ତା ପୁନଃନିର୍ମାଣ କରାଯିବାକୁ ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ) ପକ୍ଷରୁ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ କରାଯିବ ବୋଲି ପାର୍ଟିର କର୍ମକର୍ତ୍ତାମାନେ ଚେତାବନୀ ଦେଇଛନ୍ତି।
ଅଭିଯୋଗ ହୋଇଛି ଯେ, ଉକ୍ତ ରାସ୍ତାର ନିର୍ମାଣ ଅବଧି ସରି ନ ଥିବାବେଳେ ରାସ୍ତାର ବିଭିନ୍ନ ସ୍ଥାନରେ ଦବିଯିବା ସହିତ ଫାଟ ସୃଷ୍ଟି ହୋଇଛି। ଫଳରେ ଯାତାୟାତରେ ସମସ୍ୟା ହେବା ସହିତ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଏ ନେଇ ପୂର୍ବରୁ ଏକାଧିକବାର ଆବେଦନ କରାଯିବା ସହ ଗଣଧାରଣା ଓ ରାସ୍ତାରୋକୋ କରାଯାଇଛି। ବିଭାଗ ଓ ପ୍ରଶାସନ ପକ୍ଷରୁ ଅନେକ ଥର ପ୍ରତିଶ୍ରୁତି ମିଳିଥିବା ସତ୍ତ୍ୱେ ରାସ୍ତାର ଅବସ୍ଥା ସୁଧୁରୁନି। ଏହି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ବିପଦସଙ୍କୁଳ ଅବସ୍ଥାରେ ପ୍ରତ୍ୟହ ଯାନବାହନ ଚଳାଚଳ କରୁଛି। ଏ ନେଇ ଭାରତର କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଜନଜାଗରଣ ସୃଷ୍ଟି କରାଯିବା ସହିତ ୧୫ ଦିନ ମଧ୍ୟରେ ରାସ୍ତାର ପୁନଃନିର୍ମାଣ ଏବଂ ଦିନବେଳା ଭାରୀଯାନ ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦାବି ନେଇ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ଆଗରପଡ଼ା ବଜାରରେ ଗଣଧାରଣା ଦିଆଯିବ। ଶାଖା ସଭାପତି ପ୍ରତାପ କୁମାର ସେଠୀ, ପ୍ରଭାସ ଚନ୍ଦ୍ର ମହାପାତ୍ର, ପ୍ରମଥ ମହାପାତ୍ର, ବସନ୍ତ ପାଣିଗ୍ରାହୀ, ରୋଜାଲିନ ସାମ୍ୟବାଦୀ, ପ୍ରମିଳା ମହାନ୍ତି, ସ୍ଥିତପ୍ରଜ୍ଞ ବେହେରା, ଜୟନ୍ତୀ ମହାପାତ୍ର ପ୍ରମୁଖ ଏ ସମ୍ପର୍କରେ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିବା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri