ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍‌ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡରୁ ବସ୍‌ର ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ରକ୍ଷା ପାଇଯାଇଛନ୍ତି।

ସୂଚନାନୁଯାୟୀ, ପ୍ରତିଦିନ ଭଳି ବସ୍‌ଟି ଭୁବନେଶ୍ୱରରେ ପହଞ୍ଚିବା ପରେ ପାର୍କିଂରେ ରହିଥିଲା। ଗାଡ଼ି ଭିତରେ ଡ୍ରାଇଭର ଓ ହେଲ୍‌ପର ବିଶ୍ରାମ କରୁଥିଲେ। ହେଲେ ଅପରାହ୍ନରେ କୌଣସି କାରଣରୁ ହଠାତ୍‌ ବସ୍‌ରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା। ଏହା ଜାଣିପାରି ଡ୍ରାଇଭର ଓ ହେଲ୍‌ପର ଜୀବନ ବଞ୍ଚାଇବାକୁ ଯାଇ ଦୌଡ଼ି ପଳାଇ ଆସିଥିଲେ। ପରେ ବସ୍‌ର ସିଟ୍‌ରେ ନିଆଁ ଲାଗିବା ପରେ ଏହା ଅନ୍ୟ ଭାଗକୁ ବ୍ୟାପି ଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟ ସର୍କିଟ କାରଣରୁ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri