ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତଜଣଙ୍କ ହେଲେ ପଣସଗଡ଼ିଆ ଗଁାର ଚକ୍ର ଶୁଣ୍ଢି(୨୬)। ସୂଚନାଯୋଗ୍ୟ, ଶୁକ୍ରବାର ରାତିରେ ପିକଅପ୍‌ ଭ୍ୟାନ ଡିଜେ ଗାଡିଟି ପଣସଗଡ଼ିଆରୁ ବରଯାତ୍ରୀ ପ୍ରୋସେସନ ପାଇଁ ନୂଆଗାଁକୁ ଆସିଥିଲା। ବାହାଘର ସରିବା ପରେ ଶନିବାର ସକାଳୁ ଡିଜେ ଗାଡିଟି ପଣସ ଗଡ଼ିଆ ଫେରୁଥିବା ବେଳେ ହୁଡିସାହି ବାଙ୍କ ନିକଟରେ ଭାରସାମ୍ୟ ହରାଇ ବିଲ ଭିତରେ ଓଲଟି ପଡ଼ିଥିଲା। ଗାଡି ତଳେ ଚାପି ହୋଇ ଚକ୍ରଙ୍କ ମୃତ୍ୟୁ ହୋଇଛି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି। ଅପରପକ୍ଷରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ସୂଚନା ମୁତାବକ, ଗୁରୁତରଙ୍କ ସ୍ବାସ୍ଥ୍ୟ ବିଗିଡ଼ିବାରୁ ସେମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri