Categories: ଅନୁଗୋଳ

ବରସାହି କୋଠଘରେ ଅଗ୍ନିକାଣ୍ଡ

ଛେଣ୍ଡିପଦା,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ ନିଆଁ ଲାଗିଯାଇ ତାହା କୋଠଘରକୁ ବ୍ୟାପିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ। ଖବର ପାଇ ଛେଣ୍ଡିପଦା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏ ନେଇ ବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି ।