ବରିଷ୍ଠ ନାଗରିକଙ୍କଠାରୁ ଲୁଟ୍‌

ବାରିପଦା ଅଫିସ,୬ା୬ : କିଛିଦିନ ହେବ ବାରିପଦା ସହରରେ ଲୁଟ୍‌ ୍‌ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୋଲିସ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆଉ ନ ଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ କରିଛନ୍ତି ବାରିପଦା ସହରର ବରିଷ୍ଠ ନାଗରିକ ସୁଧାଂଶୁ କୁମାର ଆଚାର୍ଯ୍ୟ। ତାଙ୍କ ଅଭିଯୋଗ ଅନୁଯାୟୀ, ଗୁରୁବାର ବାରିପଦା ସହରର ଜନଗହଳି ପୂର୍ଣ୍ଣ ଅଞ୍ଚଳ ବାଣ୍ଠିଆ ଜଗନ୍ନାଥ ମନ୍ଦିର ନିକଟସ୍ଥ ଏକ ବ୍ୟାଙ୍କକୁ ନିଜ ପେନ୍‌ସନ ଟଙ୍କା ଉଠାଇବାକୁ ଆସିଥିଲେ। ମଧ୍ୟାହ୍ନରେ ସେ ୧୯ ହଜାର ଟଙ୍କା ଉଠାଇ ବ୍ୟାଗରେ ଭର୍ତ୍ତି କରି ମୋଟରସାଇକେଲରେ ଫେରୁଥିଲେ। ପୂର୍ବରୁ ତାଙ୍କ ବ୍ୟାଗରେ ୩ ହଜାର ଟଙ୍କା ଥିଲା। ତେବେ ମୁଖ୍ୟ ରାସ୍ତାରେ ଆସୁଥିବାବେଳେ ଜଣେ ଯୁବକ ତାଙ୍କ ଉପରକୁ କିଛି ପାଉଡର ଫିଙ୍ଗିଥିଲେ। ଫଳରେ ତାଙ୍କ ଶରୀରରେ ଜଳାପୋଡ଼ା ଅନୁଭବ କରିଥିଲେ। ଉକ୍ତ ଯୁବକ ହିଁ ତାଙ୍କୁ ନିକଟସ୍ଥ ଦୋକାନ ସମ୍ମୁଖରେ ପାଣି ଥିବାରୁ ଦେହରେ ସିଞ୍ଚି ହେବାକୁ କହିଥିଲେ। ଆଚାର୍ଯ୍ୟ ତାଙ୍କର ଗାଡ଼ି ଛାଡ଼ି ପାଣି ସିଞ୍ଚି ହେବାକୁ ଯିବାବେଳେ ଗାଡ଼ିରେ ଥିବା ଟଙ୍କା ବ୍ୟାଗ ନେଇ ଯୁବକ ଫେରାର ହୋଇଯାଇଥିଲେ। ଆଚାର୍ଯ୍ୟ ସେହି ଯୁବକଙ୍କୁ ଭଲ ଭାବେ ଦେଖି ପାରି ନ ଥିବା କହିଛନ୍ତି। ପରେ ଆଚାର୍ଯ୍ୟଙ୍କଠାରୁ ପରିବାର ଲୋକେ ସୂଚନା ପାଇ ତାଙ୍କୁ ବାରିପଦା ପିଆରଏମ ମେଡିକାଲରେ ଚିକିତ୍ସା କରାଇଥିଲେ। ଏନେଇ ବାରିପଦା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୁଟ୍‌ ସ୍ଥାନରେ ଥିବା ଦୋକାନଗୁଡ଼ିକର ସିସିଟିଭି ଯାଞ୍ଚ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri