ବରିଷ୍ଠ ନାଗରିକଙ୍କୁ ମାଡ଼ ଅଭିଯୋଗ: ୪ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିନି ପୋଲିସ

ଦିଗପହଣ୍ଡି,୧୫ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଚାଉଳିଆ ସାହିର ବୃଦ୍ଧ ସୁଦାମ ସାହୁଙ୍କୁ ୪ ଜଣ ଯୁବକ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସୁଦାମଙ୍କୁ ଉଦ୍ଧାର ପାଇଁ ଆସିଥିବା ତାଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ ମଧ୍ୟ ସେମାନେ ଟଣାଓଟରା କରି ମାଡ଼ ମାରିଛନ୍ତି। ସୁଦାମଙ୍କ ଏତଲାକ୍ରମେ ଦିଗପହଣ୍ଡି ଥାନା ନଂ. ୧୪୭/୧୯ରେ ମାମଲା ରୁଜୁ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ଆଇଆଇସି ଗୌରାଙ୍ଗ ଚରଣ ସାହୁ କହିଛନ୍ତି ।
ଗତ ରବିବାର ଅପରାହ୍ନରେ ସୁଦାମ ଘରେ ଏକୁଟିଆ ଥିବା ବେଳେ ଅଭିଯୁକ୍ତମାନେ ବିଭିନ୍ନ ମାରଣାସ୍ତ୍ର ଧରି ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ। ପ୍ରତିବାଦ କରିବାରୁ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ପାଟି ଶୁଣି ସ୍ତ୍ରୀ ଓ ଝିଅ ଆସିବାରୁ ସେମାନଙ୍କୁ ମଧ୍ୟ ଆକ୍ରମଣ କରିଥିବା ଏତଲାରେ ଉଲ୍ଲେଖ ରହିଛି । ଘଟଣାର ୪ ଦିନ ପରେ ସୁଦାମଙ୍କ ସମେତ ତାଙ୍କ ପୁଅ ଓ ସ୍ତ୍ରୀଙ୍କ ନାଁରେ ଥାନାରେ ନଂ. ୧୪୮/୧୯ରେ ପାଲଟା ମାମଲା ରୁଜୁ ହୋଇଛି। ଉକ୍ତ ସାହିର ସ୍ବର୍ଗତ ସତ୍ୟ ନାରାୟଣ ସାହୁଙ୍କ ସ୍ତ୍ରୀ ଲକ୍ଷ୍ମୀ ଏ ନେଇ ଏତଲା ଦେବା ପରେ ବୁଧବାର ଅପରାହ୍ନରେ ମାମଲା ରୁଜୁ କରାଯାଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ ଦିଲୀପ କୁମାର ସାହୁ କହିଛନ୍ତି। ତେବେ ପୋଲିସ ପାଲଟା ମକଦ୍ଦମା ରୁଜୁ କରିଥିବାରୁ ଗ୍ରାମବାସୀ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ବ୍ରହ୍ମପୁର ଏସ୍‌ପିଙ୍କୁ ସାକ୍ଷାତ୍‌ କରି ସ୍ମାରକପତ୍ର ପ୍ରଦାନ କରିବେ ବୋଲି କହିଛନ୍ତି। ଏ ନେଇ ବୁଧବାର ସନ୍ଧ୍ୟାରେ ଗ୍ରାମସଭା ଡକାଯାଇ ବିଧିବଦ୍ଧ ପ୍ରସ୍ତାବ ଗୃହୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri