Posted inଜାତୀୟ

ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି)ର ପରାଜୟ ପରେ ଦଳ ଶିକ୍ଷାଲାଭ କରିଛି। ଏବେ ଭାଇ ଶିବପାଲ୍‌ ଯାଦବଙ୍କ ସମେତ ବରିଷ୍ଠ ନେତାମାନଙ୍କୁ ଦଳକୁ ଫେରାଇ ଆଣିବା ସହ ଅଣଯାଦବ ନେତାମାନଙ୍କୁ ଦଳରେ ନେବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ଅଢ଼େଇ ବର୍ଷରୁ ଊର୍ଦ୍ଧ୍ୱ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହିବା ପରେ ଏସ୍‌ପି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଏବେ ସ୍ଥିତି ସମୀକ୍ଷା କରୁଥିବା ଜଣାପଡିଛି। ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଥିବାବେଳେ ୨୦୧୪ ଲୋକ ସଭା ନିର୍ବାଚନରେ ଏସ୍‌ପିକୁ ମାତ୍ର ୫ଟି ଆସନ ମିଳିଥିଲା। ୨୦୧୭ରେ ସେ ଦଳ ଅଧ୍ୟକ୍ଷ ହେବା ପରେ ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭାରେ ତାଙ୍କ ଦଳ ୪୭ ଆସନକୁ ଖସିଆସିଥିଲା। ୨୦୧୯ ନିର୍ବାଚନରେ ବିଏସ୍‌ପି ସହ ମେଣ୍ଟ ସତ୍ତ୍ୱେ ଏହି ଦଳ ୫ଟି ଆସନରେ ସୀମିତ ରହିଛି। ପରାଜୟ ପରେ ଦଳକୁ ସଜାଡିବା ଲାଗି ଅଖିଳେଶ ଏବେ ମୁଲାୟମଙ୍କ ପରାମର୍ଶ ଲୋଡିଛନ୍ତି। ଏସ୍‌ପି ଯାଦବମାନଙ୍କର ଦଳ ବୋଲି ଯେଉଁ ଧାରଣା ରହିଛି ତାହାକୁ ବଦଳାଇବାକୁ ହେଲେ ଦଳରେ ଅଣଯାଦବ ନେତାମାନଙ୍କୁ ସାମିଲ କରିବା ଲାଗି ମୁଲାୟମ ପରାମର୍ଶ ଦେଇଛନ୍ତି। ବରିଷ୍ଠ ନେତା ରେଓତି ରମଣ ସିଂ, ଭଗଓ୍ବତି ସିଂ, ଓମ୍‌ପ୍ରକାଶ ସିଂ, ମନୋଜ ପାଣ୍ଡେ, ଅରବିନ୍ଦ ସିଂ ଗୋପେ, ନାରଦ ରାୟ ଏବଂ ରାଧେଶ୍ୟାମ ସିଂ ପ୍ରମୁଖ ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଆଲୋଚନା ପାଇଁ ଡକାଯାଇଛି। ଗତ ଦୁଇ ବର୍ଷରେ ଯେଉଁମାନେ ଦଳ ଛାଡିଛନ୍ତି ସେମାନଙ୍କୁ ଫେରାଇ ଆଣିବା ଲାଗି ମୁଲାୟମ ଅଖିଳେଶଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri