ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଅଭିଯୁକ୍ତ ଗିରଫ

ରତ୍ନଗିରି, ୨୮।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା କିମ୍ବା ଗାଳିଗୁଳଜ କରିବା ଏକ ଅପରାଧ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାତ୍ର କିଛି ଅସାମାଜିକ ବ୍ୟକ୍ତି ବିଭିନ୍ନ ସମୟରେ ସ୍ବାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କୁ ଆକ୍ରମଣ ଏବଂ ଦୁର୍ବ୍ୟବହାର କରୁଛନ୍ତି। ଯାଜପୁର ଜିଲା ବରୀରାମଚନ୍ଦ୍ରପୁର ଥାନା ଅଧୀନ ବରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଘଟିଛି।
ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଡ. ଜିନତ ଦାସ ଓ ଡ. ଜ୍ୟୋତି ରଞ୍ଜନ ଚୌଧୁରୀ କୋଭିଡ-୧୯ ଦାୟିତ୍ୱରେ ରହିଛନ୍ତି। ତେବେ ଗତ ସୋମବାର ଉକ୍ତ ଥାନା ଅଧୀନ ଭବାନୀପୁର ଗ୍ରାମର ସୁଧାଂଶୁ ଶେଖର ଶତପଥୀ(ଟୁକୁ) ଡାକ୍ତରଖାନା ପରିସରରେ ଗାଳିଗୁଲଜ କରିବା ସହିତ ଉକ୍ତ ଡାକ୍ତର ଦ୍ୱୟଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ଏ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ତରଫରୁ ବରି ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଥାନା ଅଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଏ ନେଇ ଥାନାରେ ଏକ ମାମାଲା (ନଂ. ୧୦୪/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?