ବରୀରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ

ରତ୍ନଗିରି, ୧୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ୪୫ ବର୍ଷୀୟ ପୁରୁଷ ଏବଂ ତାଙ୍କ ୧୨ ବର୍ଷୀୟ ଝିଅ। ଆକ୍ରାନ୍ତମାନେ ଚନ୍ଦନପୁର ପଞ୍ଚାୟତ ଅଞ୍ଚଳର ବୋଲି ଜଣାପଡିଛି।

ସୂଚନାନୁଯାୟୀ, ଆକ୍ରାନ୍ତମାନେ ଏକ କାରରେ ସପରିବାର କୋଲକାତାରୁ ଆସିଥିଲେ। ଗତ ୮ ତାରିଖରେ ଚନ୍ଦନପୁର ଅଞ୍ଚଳରେ ଥିବା ନିଜ ଗାଁରେ ପହଞ୍ଚିଥିଲେ। ସେମାନେ ଆସିବା ପୂର୍ବରୁ ନିଜକୁ ପଞ୍ଜିକୃତ କରିଥିବାରୁ ସ୍ଥାନୀୟ ସରପଞ୍ଚ କେଦାର ସାମଲ ତାଙ୍କୁ ସେହି ପଞ୍ଚାୟତର ମିର୍ଜାପୁର ୟୁ.ଜି.ଏମ୍‌ ସ୍କୁଲରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବାର ବ୍ୟବସ୍ଥା କରିଥିଲେ। ଗତ ୯ ତାରିଖରେ ପରିବାରର ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ପରୀକ୍ଷାଗାରକୁ ପଠାଯାଇଥିଲା। ମଙ୍ଗଳବାର ବାପା ଓ ଝିଅଙ୍କ ସ୍ବାବ ନମୂନା ପଜିଟିଭ ଆସିବା ପରେ ବରୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଥିଲା। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଡ. କୌଶିକ ପାତ୍ର, ବରୀ ଥାନା ଅଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର, ବରୀ ତହସିଲଦାର ସରୋଜକାନ୍ତ ନାୟକ, ବରୀ ଭାରପ୍ରାପ୍ତ ବିଡିଓ ଶାଶ୍ୱତ ଜେନା, ସ୍ବାସ୍ଥ୍ୟ କର୍ମୀ ପ୍ରଶୋଲ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ସଂକ୍ରମିତଙ୍କୁ କଳିଙ୍ଗନଗର ଟାଟା କୋଭିଡ୍‌ ହସ୍ପିଟାଲକୁ ପଠାଇଥିବା ବୋଲି ଡ଼.କୌଶିକ ପାତ୍ର ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବରୁ ବରୀ ବ୍ଲକରେ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଲୋକେ ଆତଙ୍କିତ ଥିବା ବେଳେ ପୁନଶ୍ଚ ଚନ୍ଦନପୁର ପଞ୍ଚାୟତରେ ୨ ଆକ୍ରାନ୍ତ ଚିହ୍ନଟ ହେବା ଘଟଣା ଘଟିଛି। ଏହା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ମଧ୍ୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri