ବରୀରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ

ରତ୍ନଗିରି, ୧୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ୪୫ ବର୍ଷୀୟ ପୁରୁଷ ଏବଂ ତାଙ୍କ ୧୨ ବର୍ଷୀୟ ଝିଅ। ଆକ୍ରାନ୍ତମାନେ ଚନ୍ଦନପୁର ପଞ୍ଚାୟତ ଅଞ୍ଚଳର ବୋଲି ଜଣାପଡିଛି।

ସୂଚନାନୁଯାୟୀ, ଆକ୍ରାନ୍ତମାନେ ଏକ କାରରେ ସପରିବାର କୋଲକାତାରୁ ଆସିଥିଲେ। ଗତ ୮ ତାରିଖରେ ଚନ୍ଦନପୁର ଅଞ୍ଚଳରେ ଥିବା ନିଜ ଗାଁରେ ପହଞ୍ଚିଥିଲେ। ସେମାନେ ଆସିବା ପୂର୍ବରୁ ନିଜକୁ ପଞ୍ଜିକୃତ କରିଥିବାରୁ ସ୍ଥାନୀୟ ସରପଞ୍ଚ କେଦାର ସାମଲ ତାଙ୍କୁ ସେହି ପଞ୍ଚାୟତର ମିର୍ଜାପୁର ୟୁ.ଜି.ଏମ୍‌ ସ୍କୁଲରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବାର ବ୍ୟବସ୍ଥା କରିଥିଲେ। ଗତ ୯ ତାରିଖରେ ପରିବାରର ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ପରୀକ୍ଷାଗାରକୁ ପଠାଯାଇଥିଲା। ମଙ୍ଗଳବାର ବାପା ଓ ଝିଅଙ୍କ ସ୍ବାବ ନମୂନା ପଜିଟିଭ ଆସିବା ପରେ ବରୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଥିଲା। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଡ. କୌଶିକ ପାତ୍ର, ବରୀ ଥାନା ଅଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର, ବରୀ ତହସିଲଦାର ସରୋଜକାନ୍ତ ନାୟକ, ବରୀ ଭାରପ୍ରାପ୍ତ ବିଡିଓ ଶାଶ୍ୱତ ଜେନା, ସ୍ବାସ୍ଥ୍ୟ କର୍ମୀ ପ୍ରଶୋଲ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ସଂକ୍ରମିତଙ୍କୁ କଳିଙ୍ଗନଗର ଟାଟା କୋଭିଡ୍‌ ହସ୍ପିଟାଲକୁ ପଠାଇଥିବା ବୋଲି ଡ଼.କୌଶିକ ପାତ୍ର ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବରୁ ବରୀ ବ୍ଲକରେ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଲୋକେ ଆତଙ୍କିତ ଥିବା ବେଳେ ପୁନଶ୍ଚ ଚନ୍ଦନପୁର ପଞ୍ଚାୟତରେ ୨ ଆକ୍ରାନ୍ତ ଚିହ୍ନଟ ହେବା ଘଟଣା ଘଟିଛି। ଏହା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ମଧ୍ୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri