ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍‌.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି। ଫଳରେ ବରୀ ଅଞ୍ଚଳର ରତଳାଙ୍ଗ, ଅଙ୍ଗାଳୋ ଆଦି ପଞ୍ଚାୟତର ବିଓଳି ଧାନ ଚାଷ ଜମିରେ ବନ୍ୟାଜଳ ମାଡିଯାଇଥିବାରୁ ଫସଲ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ରତଳାଙ୍ଗ, ଡ଼ିହସାହି, ନଦୀ ବନ୍ଧ ଦୁର୍ବଳ ରହିଥିବାରୁ ବନ୍ଧ ଭାଙ୍ଗିଯିବାର ଆଶଙ୍କା ଦେଖାଦେଇଛି। ଅପରପକ୍ଷେ ଖରସ୍ରୋତାର ଶାଖା ନଦୀ ଦୁଧେଇରେ ବନ୍ୟାଜଳ ପ୍ରଭାବିତ ହେବାରୁ ବ୍ଲକ ଅଧୀନସ୍ଥ ବାଲିବିଲ ପଞ୍ଚାୟତର କେଁକରଡାକୁ ସଂଯୋଗ କରୁଥିବା ରାସ୍ତା ଉପରେ ୨ ଫୁଟର ପାଣି ଚାଲୁଛି। କଳାମାଟିଆ ପଞ୍ଚାୟତର ଜୋରକୂଳ ପ୍ରକଳ୍ପ ବିଦ୍ୟାଳୟ ପାଣିଘେରରେ ରହିଥିବା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ତେବେ ସନ୍ଧ୍ୟା ସୁଦ୍ଧା ନଦୀ ଜଳସ୍ତର କମିବାରେ ଲଗିଥିବା ଜଣାପଡିଛି। ସନ୍ଧ୍ୟା ସୁଦ୍ଧା ନଦୀଗୁଡିକରେ ଜଳସ୍ରୋତ ହ୍ରାସ ପାଉଥିବା ସୂଚନା ମିଳିଛି। ବ୍ରାହ୍ମଣୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ଏହି ବନ୍ୟା କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ବନ୍ୟା ଯୋଗୁ ଢିଅବାରିଙ୍ଗି, ବଦପଡା, କଳାମାଟିଆ, ବାଲିବିଲ, କ୍ଷେମେଶ୍ୱର, ଅରଙ୍ଗାବାଦ, ଫୁଲପୁର ପ୍ରଭୃତି ରାଜସ୍ବ ଗ୍ରାମ ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖାଦେଇଛି। ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri