ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ ପବନ ବହିବା ସହ ବର୍ଷା ଲାଗିରହିଛି। ପ୍ରବଳ ପବନ ଯୋଗୁ ରାସ୍ତା ଉପରେ ବହୁ ଗଛ ଭାଙ୍ଗି ପଡ଼ିଛି। ଫଳରେ ଯୋଗାଯୋଗ ବଚ୍ଛିନ୍ନ ହୋଇଛି। ଏହି ବ୍ଲକରେ ମୋଟ ୨୯ ପଞ୍ଚାୟତ ମଧ୍ୟରେ ଗମୁ, ସେରପୁର, ଅମଠପୁର, ମଧୁସୂଦନପୁର, ଉଦୟନାଥପୁର, ରତଳାଙ୍ଗ ଭଅଁରା ଆଦି ପଞ୍ଚାୟତର ବାତ୍ୟା ଆଶ୍ରୟସ୍ଥଳ ଗୁଡ଼ିକୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପରିଚାଳନା କମିଟିର ସଭାପତି ଉକ୍ତ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି। ପ୍ରବଳ ବର୍ଷା ଓ ପବନ ସତ୍ତ୍ୱେ ବାତ୍ୟା ଆଶ୍ରୟସ୍ଥଳ ଗୁଡ଼ିକରେ କେହି ଆଶ୍ରୟ ନେଇ ନ ଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏତଦ୍‌ବ୍ୟତିତ ବରୀ ଅଞ୍ଚଳରେ ମଙ୍ଗଳବାର ରାତିରୁ ବିଦ୍ୟୁତ ସରବରାହ ବନ୍ଦ ରହିଛି। ବରୀ ଅଞ୍ଚଳରେ ପବନ ଯୋଗୁ ବହୁ ଚାଳଛପର ଘର ଭାଙ୍ଗି ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri