ବରୀରେ ବାତ୍ୟା ‘ଅମ୍ପନ’ର ପ୍ରଭାବ: ଯୋଗାଯୋଗ ବିଚ୍ଛିନ୍ନ, ବିଦ୍ୟୁତ୍‌ ସରବରାହ ବନ୍ଦ

ରତ୍ନଗିରି/ବରୀ, ୨୦।୫(ଡି.ଏନ୍‌.ଏ./ସ୍ବ.ପ୍ର.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ’ର ପ୍ରଭାବ ଯାଜପୁର ଜିଲା ବରୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ପ୍ରବଳ ପବନ ବହିବା ସହ ବର୍ଷା ଲାଗିରହିଛି। ପ୍ରବଳ ପବନ ଯୋଗୁ ରାସ୍ତା ଉପରେ ବହୁ ଗଛ ଭାଙ୍ଗି ପଡ଼ିଛି। ଫଳରେ ଯୋଗାଯୋଗ ବଚ୍ଛିନ୍ନ ହୋଇଛି। ଏହି ବ୍ଲକରେ ମୋଟ ୨୯ ପଞ୍ଚାୟତ ମଧ୍ୟରେ ଗମୁ, ସେରପୁର, ଅମଠପୁର, ମଧୁସୂଦନପୁର, ଉଦୟନାଥପୁର, ରତଳାଙ୍ଗ ଭଅଁରା ଆଦି ପଞ୍ଚାୟତର ବାତ୍ୟା ଆଶ୍ରୟସ୍ଥଳ ଗୁଡ଼ିକୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପରିଚାଳନା କମିଟିର ସଭାପତି ଉକ୍ତ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି। ପ୍ରବଳ ବର୍ଷା ଓ ପବନ ସତ୍ତ୍ୱେ ବାତ୍ୟା ଆଶ୍ରୟସ୍ଥଳ ଗୁଡ଼ିକରେ କେହି ଆଶ୍ରୟ ନେଇ ନ ଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏତଦ୍‌ବ୍ୟତିତ ବରୀ ଅଞ୍ଚଳରେ ମଙ୍ଗଳବାର ରାତିରୁ ବିଦ୍ୟୁତ ସରବରାହ ବନ୍ଦ ରହିଛି। ବରୀ ଅଞ୍ଚଳରେ ପବନ ଯୋଗୁ ବହୁ ଚାଳଛପର ଘର ଭାଙ୍ଗି ପଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri