ବରୀ ଅଞ୍ଚଳରୁ କୋଲକାତା ଫେରନ୍ତାଙ୍କ ସ୍ବାବ୍‌ ସଂଗ୍ରହ କଲା ପ୍ରଶାସନ

ରତ୍ନଗିରି,୨୯।୪(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳକୁ କୋଲକାତାରୁ ଫେରିଥିବା ୧୪୬ ଜଣ ମଙ୍ଗଳବାର ସୁଦ୍ଧା ନିଜ ନାମ ପଞ୍ଜୀକୃତ କରିଛନ୍ତି। ଏହି ବ୍ଲକ ଅଧୀନସ୍ଥ ୨୬ଟି ପଞ୍ଚାୟତରେ ଥିବା ବ୍ୟକ୍ତିଙ୍କ ସ୍ବାବକୁ ୪ଟି କେନ୍ଦ୍ରରେ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ୪ଟି କେନ୍ଦ୍ର ଯଥା ବିଧାନ ଚନ୍ଦ୍ର ଏକାଡେମୀ ବାଲିଆପାଳରେ ୬୫ଜଣ, ରତ୍ନଗିରି ନୋଡାଲ ହାଇସ୍କୁଲରେ ୨୭ ଜଣ, ରାମଚନ୍ଦ୍ରପୁର ଅସ୍ଥାୟୀ ଚିକିତ୍ସା କେନ୍ଦ୍ରରେ ୩୦ଜଣ ଓ ସାମନ୍ତ ସିଂହର ହାଇସ୍କୁଲରେ ୨୪ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି। ମାତ୍ରାଧିକ ବ୍ୟକ୍ତି କୋଲକାତାରୁ ବରୀକୁ ଫେରିଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ବ୍ଲକକୁ ୫୪ଘଣ୍ଟା କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ସ୍ବାବ୍‌ ସଂଗ୍ରହ ବେଳେ ସ୍ବାସ୍ଥ୍ୟବିଭାଗ ତରଫରୁ ସତର୍କତା ଅବଲମ୍ବନ କରାଯାଇଥିଲା। ଏହି ଅବସରରେ ବରୀ ବ୍ଲକର ଭାରପ୍ରାପ୍ତ ବିଡିଓ ଶାଶ୍ୱତ ଜେନା, ବରୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ.କୌଶିକ ପାତ୍ର, ଜିନ୍ନତ ଦାସ, ମୁକୁନ୍ଦ ଚନ୍ଦ୍ର ନାୟକ ପ୍ରମୁଖ ଅଧିକାରୀ ଉପସ୍ଥିତ ରହି ସ୍ବାବ ସଂଗ୍ରହ କରିଥିଲେ। ମହିଳା ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନବାଡି ସୁପରଭାଇଜର, ଅଙ୍ଗନବାଡିକର୍ମୀ ଓ ଆର.ଆର.ସି ଟିମ୍‌ ଉପସ୍ଥିତଥିଲେ। ୩ରୁ ୪ ଦିନ ମଧ୍ୟରେ ସଂଗ୍ରହ ହୋଇଥିବା ସ୍ବାବର ରିପୋର୍ଟ ଆସିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri