ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା ମଙ୍ଗଳବାର ଶେଷ ହେବ। ଶୁକ୍ରବାର ସୁଦ୍ଧା ୧୫୫ ଜଣ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟି ଫିକେଟ ଯାଞ୍ଚ କରାଯାଇଛି। ମୋଟ ୨୪୩ ଜଣଙ୍କ ସାର୍ଟିଫିକେଟ ଯାଞ୍ଚ କରାଯିବ। ଏଥିନିମନ୍ତେ ୨ଟି ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ରେ ୨ ଜଣ ଏବିଓ ଙ୍କ ସହିତ ୨ ଜଣ କିରାଣି ରହିଛନ୍ତି। ସାର୍ଟିଫିକେଟଗୁଡିକ ଯାଞ୍ଚ ପରେ ପାସ୍‌ କରିଥିବା ଅନୁଷ୍ଠାନଗୁଡିକୁ ପ୍ରମାଣ ପାଇଁ ପଠାଇଦିଆଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ଅଭୟ କୁମାର ବେହେରା କହିଛନ୍ତି। ତେବେ ୧୯୯୧ରୁ ଘରୋଇ ବିଇଡି ଉଠିଯାଇଥିଲାବେଳେ ୧୯୯୫ପରେ ବିଏ ପାସ୍‌ କରି ଘରୋଇ ବିଇଡି ସାର୍ଟିଫିକେଟ ହାତେଇ ଥିବା ଆଲୋଚନା ହେଉଛି। ସେହିପରି ସିଟି, ବିଇଡି ମାର୍କ ଟ୍ୟାମ୍ପରିଂ କରି କେତେକ ନିଯୁକ୍ତି ପାଇଥିବା ଆଲୋଚନା ହେଉଛି। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷାଧିକାରୀଙ୍କୁ ପଚାରିବାରୁ ଯାଞ୍ଚ ପ୍ରକ୍ରିୟା ଚାଲୁ ରହିଛି। କୌଣସି ତ୍ରୁଟିପୂର୍ଣ୍ଣ ଥିବା ସାର୍ଟିଫିକେଟ ହସ୍ତଗତ ହୋଇନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?