ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା ମଙ୍ଗଳବାର ଶେଷ ହେବ। ଶୁକ୍ରବାର ସୁଦ୍ଧା ୧୫୫ ଜଣ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟି ଫିକେଟ ଯାଞ୍ଚ କରାଯାଇଛି। ମୋଟ ୨୪୩ ଜଣଙ୍କ ସାର୍ଟିଫିକେଟ ଯାଞ୍ଚ କରାଯିବ। ଏଥିନିମନ୍ତେ ୨ଟି ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ରେ ୨ ଜଣ ଏବିଓ ଙ୍କ ସହିତ ୨ ଜଣ କିରାଣି ରହିଛନ୍ତି। ସାର୍ଟିଫିକେଟଗୁଡିକ ଯାଞ୍ଚ ପରେ ପାସ୍‌ କରିଥିବା ଅନୁଷ୍ଠାନଗୁଡିକୁ ପ୍ରମାଣ ପାଇଁ ପଠାଇଦିଆଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ଅଭୟ କୁମାର ବେହେରା କହିଛନ୍ତି। ତେବେ ୧୯୯୧ରୁ ଘରୋଇ ବିଇଡି ଉଠିଯାଇଥିଲାବେଳେ ୧୯୯୫ପରେ ବିଏ ପାସ୍‌ କରି ଘରୋଇ ବିଇଡି ସାର୍ଟିଫିକେଟ ହାତେଇ ଥିବା ଆଲୋଚନା ହେଉଛି। ସେହିପରି ସିଟି, ବିଇଡି ମାର୍କ ଟ୍ୟାମ୍ପରିଂ କରି କେତେକ ନିଯୁକ୍ତି ପାଇଥିବା ଆଲୋଚନା ହେଉଛି। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷାଧିକାରୀଙ୍କୁ ପଚାରିବାରୁ ଯାଞ୍ଚ ପ୍ରକ୍ରିୟା ଚାଲୁ ରହିଛି। କୌଣସି ତ୍ରୁଟିପୂର୍ଣ୍ଣ ଥିବା ସାର୍ଟିଫିକେଟ ହସ୍ତଗତ ହୋଇନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri