ବର୍ଜ୍ୟବସ୍ତୁ ଜମା, ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ବିରୋଧ

ବାଲେଶ୍ୱର ଅଫିସ, ୧୨।୬-ବାଲେଶ୍ୱର ସହର ଅନ୍ତର୍ଗତ ଗୁଡ଼ିପଦାଠାରେ ପୌରାଞ୍ଚଳ ପକ୍ଷରୁ ବର୍ଜ୍ୟବସ୍ତୁ ଜମା ଓ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯିବାକୁ ସ୍ଥିର କରାଯାଇଛି। ମାତ୍ର ଉକ୍ତ ସ୍ଥାନରେ ୧୦୦ଫୁଟ୍‌ ମଧ୍ୟରେ ଜଳଯୋଗାଣ ସମ୍ପ ହାଉସ୍‌ ନିର୍ମାଣ, ୩୦ଫୁଟ୍‌ ଭିତରେ ଆଦିବାସୀଙ୍କ ପୂଜାସ୍ଥଳୀ ଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକମାନେ ବର୍ଜ୍ୟବସ୍ତୁ ପକାଇଲେ ଏସବୁ ଦୂଷିତ ହେବାର ଅଭିଯୋଗ କରିଥିଲେ। ଏହାକୁ ବିରୋଧ କରି ଶୁକ୍ରବାର ଗୁଡ଼ିପଦା ଗ୍ରାମବାସୀ ଜିଲାପାଳଙ୍କ ଅଫିସ୍‌ ଘେରାଉ କରି ଦାବିପତ୍ର ପ୍ରଦାନ କରିଛନ୍ତି।
ଓଡ଼ିଶା କୋଷ୍ଟ କେନାଲ ନିକଟ ସ୍ବାଧୀନ ପଡ଼ିଆରେ ବର୍ଜ୍ୟବସ୍ତୁ ଜମା ଓ ପ୍ରକ୍ରିୟାକରଣ ପାଇଁ ପୂର୍ବରୁ ଜାଗା ଚିହ୍ନଟ କରାଯାଇଥିଲା। ଉକ୍ତ ସ୍ଥାନକୁ ଛାଡି ଗୁଡିପଦା ଅଞ୍ଚଳରେ ନିର୍ମାଣ କରିବାର ନିଷ୍ପତ୍ତି ନେବାରୁ ପୌରକର୍ତ୍ତୃପକ୍ଷ, କଣ୍ଟ୍ରାକ୍ଟର, ତହସିଲଦାରଙ୍କ ତରବରିଆ ଭାବେ କାର୍ଯ୍ୟକୁ ସନ୍ଦେହ କରିଥିବା ଅଭିଯୋଗ ହୋଇଛି। ଜନବସତି ଭିତରେ ଏଭଳି ପ୍ରକଳ୍ପ ପ୍ରତିଷ୍ଠା କଲେ ସ୍ବାସ୍ଥ୍ୟବସ୍ଥାରେ ଘୋର ପ୍ରଭାବ ପକାଇବ ବୋଲି ଗୋଷ୍ଠୀ ବାସିନ୍ଦା ବେଣୁଧର ବାରିକ କହିଛନ୍ତି। ଉକ୍ତ ପ୍ରକଳ୍ପକୁ ସହରର ଜନବସତି ଭିତରେ କରା ନ ଯାଇ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି ହୋଇଛି। ସିପିଆଇ ନେତା ଜୟନ୍ତ ଦାସ, ଯତୀନ ପାତ୍ର, ଅରୁଣ ଜେନା, ବନ୍ଦନା ବିଶ୍ୱାସ, ଗୀତା ହେମ୍ବ୍ରମ, ବିଜୟଲକ୍ଷ୍ମୀ ବାସ୍କେ, ବାସନ୍ତୀ ସାହୁ, ଧାନୀ ସରେନ, ଫୁଲମଣି ହାଁସଦା, ଚମ୍ପାମଣି ହେମ୍ବ୍ରମ, ଶାନ୍ତି ମୁର୍ମୁ, ରାଇସେନ ହେମ୍ବ୍ରମ, ସମର ଲାଲ ହାଁସଦା, ସୁବୁଦା ଟୁଡୁ, ହେମେନ୍ଦ୍ର ମାଝି ଓ ମଙ୍ଗଳା ହେମ୍ବ୍ରମ ପ୍ରମୁଖ ଏହି ବିକ୍ଷୋଭରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri