ବର୍ଜ୍ୟବସ୍ତୁ ପରିଚାଳନା ଦେଖିଲେ ଉଚ୍ଚସ୍ତରୀୟ ପ୍ରତିନିଧି

ବ୍ରହ୍ମପୁର ଅଫିସ,୧ା୫-ବ୍ରହ୍ମପୁର ବଡ ମେଡିକାଲରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ହେଉଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ବ୍ରହ୍ମପୁର ବଡ ମେଡିକାଲରେ ପହଞ୍ଚତ୍ଛନ୍ତି। ଉଚ୍ଚନ୍ୟାୟାଳୟ  ଅବସରପ୍ରାପ୍ତ ବିଚାରପତି ପି.କେ. ମହାନ୍ତିଙ୍କ ନେତୃତ୍ୱରେ ଏହି ଦଳ ଆସିଥିଲେ। ନୂତନ ଭାବେ କାର୍ଯ୍ୟକ୍ଷମ ହୋଇଥିବା ସୁପର ସ୍ପେଶିଆଲିଟି କୋଠା ସମେତ ବିଭିନ୍ନ ବିଭାଗ ବୁଲି ଦେଖିଥିଲେ। ଏପରିକି ବାୟୋ ମେଡିକାଲ ପ୍ଲାଣ୍ଟ ମଧ୍ୟ ପରିଦର୍ଶନ କରିଥିଲେ। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଗାଇଡ ଲାଇନ ପାଳନ ହେଉଛି କି ନାହିଁ ତା’ର ମଧ୍ୟ ତଦାରଖ କରିଥିଲେ। ପ୍ରତିଦିନ ଏଠାରୁ ଟନ୍‌ ଟନ୍‌ ବର୍ଜ୍ୟବସ୍ତୁ ବାହାରୁଛି। ସେଗୁଡ଼ିକ ମଧ୍ୟରେ ରହିଛି ସିରିଞ୍ଜ, ଗ୍ଲୋଭସ୍‌, ଟ୍ୟୁବ୍‌, ସାଲାଇନ, ପ୍ଲାଷ୍ଟିକ ବୋତଲ, କପଡ଼ା ଓ ବାୟୋପ୍‌ସି। ଏ ଗୁଡ଼ିକ ମାଇକ୍ରୋୱେବ୍‌ ମେଶିନରେ ପକାଇବା ନିୟମ ରହିଛି। ଏହା ଠିକ୍‌ ଭାବେ ହେଉଛି କି ନାହିଁ ଯାଞ୍ଚ କରିଥିଲେ।  ପରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ାରେ ପ୍ରସ୍ତାବିତ କଠିନ ବର୍ଜ୍ୟବସ୍ତୁ ପ୍ଲାଣ୍ଟ, ଗୋଷ୍ଠୀ ଶୌଚାଳୟ, ଭୂ-ତଳ ବର୍ଜ୍ୟବସ୍ତୁ ସଂରକ୍ଷଣ ବିନ୍‌ ପ୍ରଭୃତି ପରିଦର୍ଶନ କରିଥିଲେ। ଏପରିକି ମର୍ଦ୍ଧରାଜ ଭେଣ୍ଡିଂ ଜୋନ୍‌ ନିକଟରେ ଥିବା ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟକୁ ମଧ୍ୟ ଯାଞ୍ଚ କରିଥିଲେ ।

ଏ ନେଇ ଏମ୍‌କେସିଜି ମେଡିକାଲ ପରିସରରେ ଜଷ୍ଟିସ୍‌ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଏମ୍‌ସି ତରଫରୁ ଘରକୁ ଘର ବୁଲି ତରଳ ଓ କଠିନ ବର୍ଜ୍ୟବସ୍ତୁ କିପରି ସଂଗ୍ରହ କରାଯାଉଛି ସେ ନେଇ ଆଲୋଚନା ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ବିଭାଗ ସଚିବ ପ୍ରମୋଦ ମେହେର୍ଦ୍ଦା, ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ ସୁରେଶ ମହାପାତ୍ର, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନ୍‌୍‌, ପଞ୍ଚାୟତିରାଜ ଯୁବ ସମ୍ପାଦକ ସୁବାସ ଚନ୍ଦ୍ର ଦାଶ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ ଦେବୀଦତ୍ତ ବିଶ୍ୱାଳ, ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ହର ପ୍ରସାଦ ପଟ୍ଟନାୟକ, ରାଜ୍ୟ ପରିବେଶ ନିର୍ଦ୍ଦେଶକ ଡ଼. ମୁର୍ଗେସ୍‌, ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ଡ଼. ପ୍ରମିଳା ବରାଳ ଓ ଡ଼. ମମତା ମହାପାତ୍ର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଜୟ କୁମାର ପାଣିଗ୍ରାହୀ, ଏମକେସିଜି ମେଡିକାଲ କଲେଜ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ରାଧାମାଧବ ତ୍ରିପାଠୀ, ଅଧୀକ୍ଷକ ପ୍ରଫେସର ଚରଣ ପଣ୍ଡା, ପ୍ରଶାସନିକ ଅଧିକାରୀ ସୁଦାମ ମଣ୍ଡଳଙ୍କ ସମେତ ବିଭିନ୍ନ ବିଭାଗର ଡ଼ାକ୍ତର ଓ ପ୍ରଫେସରମାନେ ଉପସ୍ଥିତ ଥିଲେ। ପ୍ରତିନିଧି ଦଳ ଯାଞ୍ଚ ବେଳେ ସଂଗୃହୀତ ସମସ୍ତ ତଥ୍ୟ ଏନଜିଟି ନିକଟରେ ଦାଖଲ କରିବେ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମଣ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri