ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଲୋଡ଼ାଗଲା ଏସ୍‌ଏଚ୍‌ଜି ସହାୟତା

ଭୁବନ, ୮।୬(ଡି.ଏନ୍‌.ଏ.)  ‘ସ୍ବଚ୍ଛ ଓଡ଼ିଶା, ସୁସ୍ଥ ଓଡ଼ିଶା’ ଗଠନ ଉଦ୍ଦେଶ୍ୟ ନେଇ ଶୁକ୍ରବାର ଭୁବନ ଏନ୍‌ଏସି ପକ୍ଷରୁ ସ୍ଥାନୀୟ ବାଜି ରାଉତ କଲ୍ୟାଣ ମଣ୍ଡପରେ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି ଅନ୍ତର୍ଗତ ୧୫ଟି ଓ୍ବାର୍ଡର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାକୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସହାୟତା ଲୋଡ଼ାଯାଇଥିଲା।
ରାଜ୍ୟ ସରକାର ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ଅଧ୍ୟକ୍ଷତା କରିଥିଲେ। ପରିମଳ ବ୍ୟବସ୍ଥା ପରିଚାଳନା ଦାୟିତ୍ୱରେ ଥିବା ‘ନିପ୍‌ସ’ ସେବାସଂସ୍ଥାର ନିର୍ଦ୍ଦେଶକ ପରମେଶ୍ବର ଦାସ, କମ୍ୟୁନିଟି ସଂଯୋଜିକା ଜଲିତା ସାହୁ, ଜ୍ୟୋତିକୃଷ୍ଣ ପଣ୍ଡା, ଜି.ଗୀତିକା ସୁବୁଦ୍ଧି, ସଚ୍ଚିଦାନନ୍ଦ ସାହୁ ଉପସ୍ଥିତ ରହି ପରିମଳ ସଜାଡ଼ିବା ଦିଗରେ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ।
ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ପରିବେଶ ସଫାସୁତରା ରଖିବା ଦିଗରେ କାର୍ଯ୍ୟ କରୁଛନ୍ତି। ଏଥିରେ ଲକ୍ଷାଧିକ ଟଙ୍କା ମଧ୍ୟ ଖର୍ଚ୍ଚ ହେଉଛି। ହେଲେ ଜନସାଧାରଣଙ୍କ ସଚେତନ ହେଉ ନ ଥିବାରୁ ସବୁ ଯୋଜନା ଫେଲ୍‌ ମାରୁଛି। ବ୍ୟାପକ ପ୍ରଚାର ସତ୍ତ୍ୱେ ଅଞ୍ଚଳବାସୀ ଡଷ୍ଟବିନ୍‌ ବ୍ୟବହାର କରୁନାହାନ୍ତି। ବର୍ଜ୍ୟବସ୍ତୁ ଖୋଲାସ୍ଥାନ, ଡ୍ରେନ୍‌ରେ ପକାଉଛନ୍ତି। ବର୍ଷା ହେଲେ ଉକ୍ତ ସାମଗ୍ରୀ ନାଳରେ ଭର୍ତ୍ତି ହୋଇ ପାଣି ନିଷ୍କାସନରେ ବାଧା ସୃଷ୍ଟି ହେଉଛି। ଓ୍ବାର୍ଡବାସୀ ସାମାନ୍ୟ ଉଦ୍ୟମ କଲେ ଭୁବନ ଏନ୍‌ଏସିରେ ସ୍ବଚ୍ଛତା ଫେରିବାରେ ବେଶି ଡେରି ହେବନି ବୋଲି ଅତିଥିମାନେ ପରାମର୍ଶ ଦେଇଥିଲେ।
ଅଞ୍ଚଳର ୨୦୦ରୁ ଊର୍ଦ୍ଧ୍ୱ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ସଫେଇ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ଗ୍ଲୋଭ୍‌ସ, ଜୋତା ପ୍ରଦାନ କରାଯାଇଥିଲା। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri