ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଖଣ୍ଡପଡ଼ା,୨୪ା୬(ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ୨ୟ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଖଣ୍ଡପଡ଼ା ପଠାଣି ସାମନ୍ତ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌ଏସି କର୍ମଚାରୀ ଓ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ସହରର ବର୍ଜ୍ୟବସ୍ତୁ ପରିବେଶ ପ୍ରତି ବିପଦର କାରଣ ପାଲଟିଥିବାବେଳେ ଏହାର ସୁପରିଚାଳନା ସମସ୍ତଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ହେବା ଜରୁରୀ ବୋଲି ନିର୍ବାହୀ ଅଧିକାରିଣୀ ଷଡ଼ଙ୍ଗୀ ପରାମର୍ଶ ଦେଇଥିଲେ। ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଏ ଅବସରରେ ସମସ୍ତେ ଶପଥ ନେଇଥିଲେ। ଡଷ୍ଟବିନ୍‌ରେ ନିୟମିତ ଅଳିଆ ଓ ଆବର୍ଜନା ପକାଇବା, ପଲିଥିନ୍‌ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ସମସ୍ତେ ଯନତ୍ବାନ ହେବାକୁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ପ୍ରଶିକ୍ଷଣ ନେଇଥିବା ଏନ୍‌ଏସି ଓ ସଫେଇ କର୍ମଚାରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏନ୍‌ଏସି ଗୋଷ୍ଠୀ ସଂଗଠିକା ଇନ୍ଦୁମତୀ ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri