Posted inଖେଳ

ବର୍ଣ୍ଣବୈଷମ୍ୟ ବିରୋଧୀ ଲଢ଼େଇ: ସାମାଜିକ ନ୍ୟାୟ ପାଇଁ ଜୋର୍ଡାନ ଦେବେ ୭୫୫ କୋଟି ଟଙ୍କା

ଚାର୍ଲୋଟ,୬।୬(ଏପି): ବର୍ଣ୍ଣବୈଷମ୍ୟ ବିରୋଧୀ ଲଢ଼େଇରେ ସାମିଲ ହୋଇଛନ୍ତି କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି ତଥା ଏନ୍‌ବିଏ ତାରକା ମାଇକେଲ ଜୋର୍ଡାନ। ସମାଜରେ ଥିବା ରଙ୍ଗ ଭେଦକୁ ଦୂରେଇବା ପାଇଁ ଓ ସାମାଜିକ ସମାନତା ପ୍ରତିଷ୍ଠା କରିବା ଲାଗି ଜୋର୍ଡାନ ୧୦୦ ମିଲିୟନ ଆମେରିକୀୟ ଡଲାର ଅର୍ଥାତ ୭୫୫ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। ଜୋର୍ଡାନ ଓ ଜୋର୍ଡାନ ବ୍ରାଣ୍ଡ ତରଫରୁ ଏହି ଅର୍ଥ ଆସନ୍ତା ୧୦ ବର୍ଷ ମଧ୍ୟରେ ପ୍ରଦାନ କରାଯିବ। ସାମାଜିକ ନ୍ୟାୟ, ସାମାଜିକ ସମାନତା ଓ ଶିକ୍ଷାର ଉନ୍ନତି ପାଇଁ ଏହି ଅର୍ଥ ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି।
ପୂର୍ବତନ ଚିକାଗୋ ବୁଲ୍ସ କିମ୍ବଦନ୍ତୀ ଖେଳାଳି ୫୭ବର୍ଷୀୟ ଜୋର୍ଡାନ ଚୋର୍ଲୋଟ ହାର୍ନେଟ୍ସର ମାଲିକ ରହିଛନ୍ତି। ସ୍ପୋଟର୍‌ସ ଜୋତା କମ୍ପାନୀ ନାଇକ ପାଇଁ ଜୋର୍ଡାନ ବ୍ରାଣ୍ଡ ବେଶ୍‌ ପରିଚିତ। ନାଇକ ତରଫରୁ ମଧ୍ୟ ସମକାରଣ ପାଇଁ ୪୦ ମିଲିୟନ ଆମେରିକୀୟ ଡଲାର ଆଗାମୀ ୪ ବର୍ଷ ମଧ୍ୟରେ ପ୍ରଦାନ କରିବାକୁ କୁହାଯାଇଛି।
କିଛି ଦିନ ତଳେ ଆମେରିକାରେ ଜଣେ କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲଏଡ୍‌ଙ୍କୁ ଜଣେ ଗୋରା ପୋଲିସ ନିର୍ମମ ଭାବେ ହତ୍ୟା କରିବା ପରେ ସାରା ବିଶ୍ୱରେ ବର୍ଣ୍ଣବୈଷମ୍ୟ ନେଇ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜୋର୍ଡାନ ଦୁଃଖ ପ୍ରକାଶ କରିଛନ୍ତି ଓ ସାମାଜିକ ନ୍ୟାୟ ପାଇଁ ଏହି ପରିମାଣର ଅର୍ଥ ଦାନ ଦେବାକୁ ଘୋଷଣା କରିଛନ୍ତି। ଫେସ୍‌ବୁକ୍‌ ଓ ଆମାଜନଠାରୁ ୧୦ ଗୁଣା ଅର୍ଥ ପ୍ରଦାନ କରିବେ ଜୋର୍ଡାନ। ଯେପର୍ଯ୍ୟନ୍ତ ଆମ ଦେଶରେ ରଙ୍ଗଭେଦ ତଥା ବର୍ଣ୍ଣବୈଷମ୍ୟର ମୂଳୋତ୍ପାଟନ ନ ହୋଇଛି ସେପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ଜୋର୍ଡାନ କହିଛନ୍ତି। ସମାଜ ସଂସ୍କାର ପାଇଁ କାର୍ଯ୍ୟ କରୁଥିବା ସଂସ୍ଥାଗୁଡିକୁ ଏହି ଅର୍ଥ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। କଳା ତଥା କୃଷ୍ଣକାୟ ବ୍ୟାକ୍ତିମାନଙ୍କ ଜୀବନର ମଧ୍ୟ ମୂଲ୍ୟ ରହିଛି ବୋଲି ଜୋର୍ଡାନ ଓ ତାଙ୍କ ବ୍ରାଣ୍ଡ ତରଫରୁ କୁହାଯାଇଛି। କଳା ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ଆମର ମୂଳ ଲକ୍ଷ୍ୟ ବୋଲି ସେ କହିଛନ୍ତି। ପୂର୍ବରୁ ମଧ୍ୟ ଜୋର୍ଡାନ ଫ୍ଲଏଡଙ୍କ ହତ୍ୟା ନେଇ ରୋଷ ଜାହିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri