ବର୍ଦ୍ଧିତ ଭତ୍ତାରୁ ବଞ୍ଚତ୍ତ ଜଗବନ୍ଧୁ

ବନ୍ତ, ୨୪।୬ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ବୃଦ୍ଧାବୃଦ୍ଧ, ବିଧବାମାନଙ୍କୁ ସେବା ଯୋଗାଇଦେବା ଲକ୍ଷ୍ୟରେ ଭତ୍ତା ପ୍ରଦାନର ସୁବିଧା କରିଛନ୍ତି। ମାତ୍ର ଏହି ଯୋଜନାର ସୁଫଳ ପ୍ରକୃତ ହିତାଧିକାରୀମାନେ ପାଇପାରୁ ନାହାନ୍ତି। ରାଜ୍ୟ ସରକାର ୬୦ବର୍ଷରୁ ଉଦ୍ଧର୍‌ବ ବୃଦ୍ଧାବୃଦ୍ଧଙ୍କ ପାଇଁ ୩୦୦ ଟଙ୍କା ଓ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧଙ୍କୁ ୫୦୦ ଟଙ୍କା ଭତ୍ତା ପ୍ରଦାନର ବ୍ୟବସ୍ଥା କରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ହିତାଧିକାରୀମାନଙ୍କର ୨ ଶହ ଟଙ୍କା ବୃଦ୍ଧି କରାଯାଇଛି। ହେଲେ ଏହି ବର୍ଦ୍ଧିତ ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି ବୃଦ୍ଧ ଜଗବନ୍ଧୁ ଦାସ। ଏ ନେଇ ସେ ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ କରିଛନ୍ତି।
ଜଗବନ୍ଧୁଙ୍କ ଘର ବନ୍ତ ବ୍ଲକ ନିଳୋକ ଗ୍ରାମରେ। ଏବେ ତାଙ୍କ ବୟସ ୮୨ ବର୍ଷ। ଗତ ଦୁଇବର୍ଷ ଧରି ସେ ବର୍ଦ୍ଧିତ ଭତ୍ତା ପାଇବା ପାଇଁ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି। ଏ ପରିପ୍ରେକ୍ଷୀରେ ସେ ଗତ ଫେବୃୟାରୀ ମାସରେ ନିଜର ଫଟୋ ପରିଚୟପତ୍ର ଓ ଭୋଟର ତାଲିକାର ଜେରକ୍ସ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରିଥିଲେ। ଏଥିସହ ସେ ଭତ୍ତା ବିଭାଗ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଅବଗତ କରିିଥିଲେ। ଏହାମଧ୍ୟରେ ୪ ମାସ ବିତିଗଲାଣି। ଅଦ୍ୟାବଧି ସେ ବର୍ଦ୍ଧିତ ଭତ୍ତା ପାଇପାରିନାହାନ୍ତି। ପ୍ରତ୍ୟେକ ମାସ ଭତ୍ତା ମିଳୁଥିବା ତାରିଖରେ ସେ ବର୍ଦ୍ଧିତ ଭତ୍ତା ପାଇବା ନେଇ ଆଶା ବାନ୍ଧି ଥିବାବେଳେ ତାଙ୍କୁ ନିରାଶ ହୋଇ ଫେରିବାକୁ ପଡୁଛି। ସରକାରଙ୍କର ଏହି ଯୋଜନା କାହା ସ୍ବାର୍ଥରେ ବୋଲି ସେ କ୍ଷୋଭର ସହ କହିଛନ୍ତି। ଏ ସମ୍ପର୍କରେ ବିଡିଓ ରେବେକା ବିଲୁଙ୍ଗଙ୍କୁ ପଚାରିବାରୁ ଏ ଦିଗରେ ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri