ବର୍ଷକ ପରେ ମିଳିଲା ଫନି ସହାୟତା: ବ୍ଲକ ଶିଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ବେତନଟୀ,୯ା୫(ଡି.ଏନ୍‌.ଏ.)- ୨୦୧୯ରେ ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହାକୁ ଦୃଷ୍ଟିରେ କ୍ଷତିଗ୍ରସ୍ତମାନଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ବଣ୍ଟନ କରାଯାଇଥିଲା। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ମୁକ୍ତାପୁର ପଞ୍ଚାୟତ ଅଧୀନ ଛଚିନାପଦା ଓ ଛୋଟରାୟପୁର ଗ୍ରାମର କୁମ୍ଭକାରମାନେ ସେହି ସମୟରେ ସହାୟତା ପାଇବା ପାଇଁ ଆବେଦନ କରିଥିଲେ। ଏହି ଆବେଦନ ବେତନଟୀ ବ୍ଲକର ଶିଳ୍ପ ବିକାଶ ଅଧିକାରୀ ମନୋରଞ୍ଜନ ପାତ୍ରଙ୍କ ଜରିଆରେ ହୋଇଥିଲା ବେଳେ ବର୍ଷକ ପରେ ୨୦୨୦ରେ ଆବେଦନକାରୀଙ୍କୁ ସହାୟତା ରାଶି ମିଳିଛି। ମାତ୍ର ଏହି ସହାୟତା ରାଶି ଗ୍ରାମର ଅଳ୍ପ ସଂଖ୍ୟକ ଗ୍ରାମବାସୀଙ୍କୁ ୮ ହଜାର ୨ଶହ ଟଙ୍କା ଲେଖାଏଁ ମିଳିଥିବା ବେଳେ ବହୁ ଗ୍ରାମବାସୀ ଏଥିରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ମୁକ୍ତାପୁର ପଞ୍ଚାୟତରୁ ଶତାଧିକ କୁମ୍ଭକାର ଯୁବନେତା ବିଶ୍ୱନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ବ୍ଲକ ଶିଳ୍ପ ବିକାଶ କାଯର୍‌ୟାଳୟକୁ ଦୀର୍ଘସମୟ ଧରି ଘେରାଉ କରି ରଖିଥିଲେ। ଶତାଧିକ ଗ୍ରାମବାସୀଙ୍କ ଉପସ୍ଥିତିରେ ଏଥିପାଇଁ ଏକ ଲଖିତ ଅଭିଯୋଗ କାର୍ଯ୍ୟାଳୟର ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା। ଯୁବନେତା ହେମ୍ବ୍ରମ ସମସ୍ତଙ୍କ ଉପସ୍ଥିତିରେ ଶିଳ୍ପ ବିକାଶ ଅଧିକାରୀଙ୍କ ସହିତ ଦୀର୍ଘ ସମୟ ଆଲୋଚନା କରିବା ପରେ ବ୍ଲକ ଘେରାଉ ପ୍ରତ୍ୟାହୃତ ହୋଇଥିଲା। ଏ ସମ୍ପର୍କରେ ଶିଳ୍ପ ବିକାଶ ଅଧିକାରୀ ପାତ୍ରଙ୍କୁ ପଚାରିବାରୁ ବଞ୍ଚିତ ହିତାଧିକାରୀମାନଙ୍କୁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ଅନ୍ୟ ସହାୟତା ରାଶି ପ୍ରଦାନ କରିବା ପାଇଁ ଉଦ୍ୟମ କରୁଛି ଓ ଅନ୍‌ଲାଇନରେ ଆବେଦନ କରି ନ ଥିବା ହିତାଧିକାରୀ ଫନି ସହାୟତାରୁ ବଞ୍ଚିତ ହୋଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?