ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍‌ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ

ହିଞ୍ଜିଳିକାଟୁ,୨୮।୯(ଡି.ଏନ୍‌.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍‌ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ହିଞ୍ଜିଳିକାଟୁ ବ୍ଲକର ଗଣ୍ଡଳା, ବେଲଗାଁ, ଧୋବାଡ଼ି, ସାହାପୁର, ପୁଟିଆପଦର, ନନ୍ଦିକ, ରାଳବ, ଶାସନଆମ୍ବଗାଁ, ଶିକିରି,ସାରୁ ସମେତ ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲିଟି ଅଞ୍ଚଳର ବ୍ୟାପକ ଚାଷଜମି ପ୍ରଭାବିତ ହୋଇଛି। ସେହିପରି ଚାଷଜମିକୁ ମାଫିଆମାନେ କବ୍‌ଜା କରି ପ୍ଲଟ କରିବା ସହ ବିଭିନ୍ନ ସ୍ଥାନରେ ଜଳ ବନ୍ଦ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ପୂର୍ତ୍ତ ବିଭାଗ ଓ ଜଳସେଚନ ବିଭାଗ ପକ୍ଷରୁ ବର୍ଷାଜଳ ନିଷ୍କାସନ ପାଇଁ ମିଳିତ ଯୋଜନା କରାଯାଉ ନାହିଁ। କେନାଲ ନିର୍ମାଣ ବେଳେ ଏହା ସଙ୍କୁଚିତ ହେବାରୁ ଜଳ ନିଷ୍କାସନ ଠିକ୍‌ ଭାବରେ ହେଉନାହିଁ। ଏହି ଦୁଇ ବିଭାଗରେ ସମନ୍ବୟ ଅଭାବରୁ ନିର୍ମାଣ କରାଯାଉଥିବା ରାସ୍ତା ଓ କେନାଲ ସମସ୍ୟା ସୃଷ୍ଟି କରୁଛି ବୋଲି ବ୍ଲକ କଂଗେସ ପକ୍ଷରୁ ଅଭିଯୋଗ ହୋଇଛି। ହଞ୍ଜିଳି ବ୍ଲକ ସହ ପୁରୁଷୋତ୍ତମପୁର, କବିସୂର୍ଯ୍ୟନଗର, କୁକୁଡ଼ାଖଣ୍ଡି ପ୍ରଭୃତି ବ୍ଲକର ବିଭିନ୍ନ ଅଞ୍ଚଳରେ ବର୍ଷା ଜଳ ତାରାତାରିଣୀ ଛକ ନିକଟ ଦେଇ ଋଷିକୂଲ୍ୟାରେ ପ୍ରବେଶ କରୁଛି। ଫଳରେ ପାଣି ଜମି ରହି ଅଞ୍ଚଳର ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି ବୋଲି କଂଗେସ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାର ସମାଧାନ ପନ୍ଥା ଗ୍ରହଣ ନ କଲେ କଂଗେସ ପକ୍ଷରୁ ଚାଷୀ ଆନ୍ଦୋଳନ କରାଯିବ ବୋଲି ବ୍ଲକ କଂଗେସ ସଭାପତି ପଦ୍ମ ଚରଣ ସାହୁ କହିଛନ୍ତି। ଏନେଇ ବିଭିନ୍ନ ଅଧିକାରୀଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri