ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ମରାମତି, ନୂତନ ନିର୍ମାଣ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୨।୨: ସହରର ଉନ୍ନତି ନେଇ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ନୂତନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସଂଘମିତ୍ରା ଦଳେଇ ଅଧ୍ୟକ୍ଷତା କରିଥିଲେ।
୪୭ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା। ସହରର ରାସ୍ତାଘାଟ ଓ ଡ୍ରେନ୍‌ ମରାମତି ଓ ନୂତନ ନିର୍ମାଣ ନେଇ ନିଷ୍ପତ୍ତି ନିଆଯାଇଥିଲା। ସହରରେ ୨୯୬ କି.ମି.ଡ୍ରେନ୍‌ ରହିଛି, ଏହାକୁ ବର୍ଷାଦିନ ପୂର୍ବରୁ ମରାମତି ସହ ନୂତନ ଡ୍ରେନ୍‌ ତିଆରି ନିଷ୍ପତ୍ତି ହୋଇଥିଲା। ଆଗାମୀ ଦିନରେ ଡ୍ରେନ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ। ଏଥିସହ ସହରରେ ପ୍ରାୟ ୧୦୨ କି.ମି.ରାସ୍ତା ନିଗମ ଅଧୀନରେ ରହିଛି। ସେଗୁଡିକୁ ମଧ୍ୟ ମରାମତି କରାଯିବ। ବେଢାବନ୍ଧ, ହରିଡାଖଣ୍ଡି, ଆଗୁଳା ବନ୍ଧ ଓ ଆଇନାବନ୍ଧର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରାୟ ୩ କୋଟି ଟଙ୍କା ବ୍ୟୟ ଅଟକଳରେ ଦଳ ସଫେଇ ମେଶିନ କିଣାଯାଇଛି, ପହଞ୍ଚିବା ପରେ କାମ ଆରମ୍ଭ ହେବ। କେସି ଟାଉନ ହାଇସ୍କୁଲ, ସିଟି ହାଇସ୍କୁଲ, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଓ ଇଞ୍ଜିନିୟରିଂ ସ୍କୁଲ ଖେଳ ପଡିଆର ଉନ୍ନତୀକରଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। କମାପଲୀ ଓ ବିଜିପୁର ସମେତ ଅନ୍ୟାନ୍ୟ ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ହେବ। ପରିବା ବ୍ୟବସାୟୀଙ୍କ ନିମନ୍ତେ ପ୍ରାୟ ୧୫ରୁ ୨୦ଟି ଭେଣ୍ଡିଂ ଜୋନ୍‌ ହେବ। ଶ୍ମଶାନ ଉନ୍ନତୀକରଣ ସାଙ୍ଗକୁ ଆସିକା ରୋଡଠାରୁ ବ୍ରହ୍ମପୁର ବଡ ଡାକ୍ତରଖାନା ଦେଇ ଆମ୍ବପୁଆ ପର୍ଯ୍ୟନ୍ତ ବାଇପାସ୍‌ ନିର୍ମାଣ କରିବା ପାଇଁ ପ୍ରସ୍ତାବ ରହିଥିଲା।
ଏଥିନିମନ୍ତେ ଯୋଜନା ପ୍ରସ୍ତୁତ ପରେ ଜମି ଅଧିଗ୍ରହଣ ନେଇ ପଦକ୍ଷେପ ନିଆଯିବ ବୋଲି କୁହାଯାଇଥିଲା। ଏଥିସହ ସହରରେ ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ଜାଗା ଚିହ୍ନଟ ଓ ଅତିରିକ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିବା ନେଇ ଆଲୋଚନା ହୋଇଥିଲା। କିନ୍ତୁ ସମସ୍ତ କାର୍ଯ୍ୟ ଅନ୍‌ଲାଇନରେ ହେଉଥିବାରୁ କାର୍ଯ୍ୟାଳୟ ପରିବର୍ତ୍ତେ ତାଲିମ କେନ୍ଦ୍ର ଓ ଡ୍ରାଇଭିଂ ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା କରାଯିବା ନେଇ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି ମେୟର ଇ. ବିବେକ ରେଡ୍ଡୀ, କମିଶନର ଜେ. ସୋନାଲ, ଅତିରିକ୍ତ କମିଶନର ସମ୍ବିତ ରାଉତ ଓ ଡେପୁଟି କମିଶନର ବିନୋଦ କୁମାର ବେହେରା ଉପସ୍ଥିତ ଥିଲେ। ଏଥିସହ ପୂର୍ତ୍ତ, ଜନସ୍ବାସ୍ଥ୍ୟ, ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri