ବର୍ଷାପବନରେ ପାନ ବରଜ, ଫସଲ ନଷ୍ଟ

ହିଞ୍ଜିଳିକାଟୁ,୯ା୩(ଡି.ଏଡ଼୍‌.ଏ.) ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅପରାହ୍ନ ପ୍ରାୟ ୫ରେ କାଳବୈଶାୀଖୀ ସହ ବର୍ଷାପବନ ହୋଇଛି। ଫଳରେ ବ୍ୟାପକ ଫସଲ ସହ ପାନ ବରଜ ନଷ୍ଟ ହୋଇଛି। ପ୍ରାୟ ୨୦ ମିନିଟ ଧରି ପ୍ରବଳ ପବନ ସାଙ୍ଗକୁ ବର୍ଷା ହୋଇଥିଲା। ବୁରୁପୋଡ଼ା, ଖଣ୍ଡରା, ଚାନ୍ଦୁଲି, ଆଙ୍କୋରଡ଼ା, ହିଞ୍ଜିଳି, ଖରିଡ଼ା, ଶିକିରି, ରାଳବ, ଆଲପୁର, ନନ୍ଦିକ, ପୁଟିଆପଦର,ଶାସନ ଆମ୍ବଗାଁ, ବାଳକୃଷ୍ଣପୁର ପ୍ରଭୃତି ପଞ୍ଚାୟତରେ ପରିବା ଫସଲ ସହ ପ୍ରାୟ ଶହେ ଏକର ଜମିର ପାନ ବରଜ ନଷ୍ଟ ହୋଇଯାଇଛି। ମନ୍ଦା ଲାଗି ହେଉଥିବା ପରିବା ବାଡ଼ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ପବନ ଯୋଗୁ ହିଞ୍ଜିଳିକାଟୁ ପରିବା ବଜାରରେ ନିର୍ମାଣାଧୀନ ପରିବା ଭେଣ୍ଡିଂ ଜୋନ୍‌ ଟିଣ ଉଡ଼ି ଯାଇଛି। ବ୍ଲକର ବିଭିନ୍ନ ସ୍ଥାନରେ ଛୋଟ ବଡ଼ ଗଛ ମଧ୍ୟ ଭାଙ୍ଗି ପଡିଥିବା ସୂଚନା ମିଳିଛି। ଦାରୁଭଦ୍ରାଠାରେ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ ଗୃହର ଆଜବେଷ୍ଟସ ଉଡ଼ି ଯାଇଥିବା ରିପୋର୍ଟ ହୋଇଛି ବୋଲି ବିଡ଼ିଓ ପ୍ରସନ୍ନ କୁମାର ପାତ୍ରଙ୍କ ଠାରୁ ପ୍ରକାଶ। ବ୍ଲକର ବିଭିନ୍ନ ଗ୍ରାମରେ ବିଦ୍ୟୁତ ତାର ଛିଡ଼ି ଯାଇଥିବାରୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି। ବର୍ଷା ଛାଡିବା ପରେ ସାଉଥ୍‌କୋ ପକ୍ଷରୁ ମରାମତି କାମ ଆରମ୍ଭ ହୋଇଛି। ମ୍ୟୁନିସିପାଲିଟି ଓ ପାଖାପାଖି ଅଞ୍ଚଳରେ ରାତି ପ୍ରାୟ ୭ସୁଦ୍ଧା ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଛି। କାଳବୈଶାଖୀରେ ଫସଲ କ୍ଷୟକ୍ଷତି ସମ୍ପର୍କରେ ସୋମବାର ସର୍ଭେ କରାଯିବ ବୋଲି ବିଡ଼ିଓ ପାତ୍ରଙ୍କ ସମେତ କୃଷି ସହକାରୀ ଅଧିକାରୀ ପ୍ରଶାନ୍ତ କୁମାର ନାଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri