ବର୍ଷାରେ ଘର ଭାଙ୍ଗିବା ମାସେ ବିତିଲା : ମିଳୁନି କ୍ଷତିପୂରଣ, ପର ଘରେ ଆଶ୍ରୟ ନେଇଛନ୍ତି ସୁମନ୍ତଙ୍କ ପରିବାର

କର୍ଲାମୁଣ୍ଡା,୨୩।୯(ଡି.ଏନ୍‌.ଏ.) : କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ରେଗେଡ଼ା ପଞ୍ଚାୟତ ଯୋଗୀପିଲା ଗ୍ରାମର ସୁମନ୍ତ କୁମାରଙ୍କ ଘର ଭାଙ୍ଗିଯାଇଥିଲା। ସେ ସ୍ଥାନୀୟ ସରପଞ୍ଚ, ରାଜସ୍ବ ନିରୀକ୍ଷକଙ୍କୁ ପଲିଥିନଟିଏ ପାଇଁ ବାରମ୍ବାର ଆବେଦନ କରିଥିଲେ ସୁଦ୍ଧା ତାଙ୍କୁ ସରକାରୀ ସହାୟତା ମିଳିପାରି ନ ଥିବା କହିଛନ୍ତି। ସୁମନ୍ତ ସ୍ତ୍ରୀ ଏବଂ ତିନି ସନ୍ତାନଙ୍କ ସହ ପଡ଼ୋଶୀଙ୍କ ଘରେ ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ଏନେଇ ରେଗେଡ଼ା ସରପଞ୍ଚ ସୁଶାନ୍ତ ପରିଡ଼ାଙ୍କୁ ପଚାରିବାରୁ ଦରଖାସ୍ତ ପାଇବା ପରେ ମୁଁ ତଦନ୍ତ କରିଥିଲି। ପ୍ରକୃତରେ ଘର ଭାଙ୍ଗି ଯାଇଛି। ଏଣୁ ପଲିଥିନ ଯୋଗାଇ ଦେବାକୁ ଯୋରାଡବ୍ରା ଆରଆଇଙ୍କୁ କହିଥିଲେ। ସେ କେମିତି ତୁରନ୍ତ ଘର ପାଇପାରିବେ ଏଦିଗରେ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି। ଅନ୍ୟପଟେ ଆରଆଇଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ମୋବାଇଲ ସୁଇଚ୍‌ ଅଫ୍‌ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri