ବର୍ଷାରେ ଦବିଲା ପୋଲ

ଛେଣ୍ଡିପଦା,୨୬।୧୦(ସ୍ବ.ପ୍ର.) – ଅନୁଗୋଳ ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଯୋଗୁ ଶୁକ୍ରବାର ଛେଣ୍ତିପଦା ବ୍ଲକ କୁମ୍ଭାରିଆ ନାଳ ଉପରେ ନିର୍ମିତ ପୋଲର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେବା ସହ ମଝିରୁ ଗୋଟିଏ ପାର୍ଶ୍ୱକୁ ଦବି ଯାଇଛି। ଫଳରେ ଦୁର୍ଘଟଣା ଆଶଙ୍କାରେ ଏହି ପୋଲଦେଇ ଯାତାୟାତ ବନ୍ଦ ହୋଇଯାଇଛି। କମ୍ପସଲା ପଞ୍ଚାୟତରୁ ଏନ୍‌ଟିପିସି, କଣିହଁ। , କୋଶଳାକୁ ଯୋଗାଯୋଗ କରୁଥିବା ଏହି ପୋଲ ଉପରେ ନିର୍ଭର କରୁଥିବା ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନିର୍ମାଣବେଳେ ନିମ୍ନମାନର କାମ ହେଉଥିବା ଅଭିଯୋଗ ହୋଇଥିଲେ ହେଁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ପୋଲର ଏପରି ଅବସ୍ଥା ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହି ପୋଲ ଉପରେ କମ୍ପସଲା ପଞ୍ଚାୟତର ୫ନଂ ୱାର୍ଡର କେନ୍ଦୁପଶି, କୁଦପଶି ଗ୍ରାମର ୪ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ସମେତ ଆଖପାଖ ଅଞ୍ଚଳବାସୀ ନିର୍ଭର କରନ୍ତି। ଏବେ ପୋଲଟି ଦବିଯିବା ଯୋଗୁ ସେଠାରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ତୁରନ୍ତ ପୋଲ ମରାମତି କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ କମ୍ପସଲା ସରପଞ୍ଚ ଉଜ୍ୱଳ ପ୍ରଧାନ କୁହନ୍ତି ୭/୮ ବର୍ଷ ତଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ପୋଲ ନିର୍ମାଣ କରାଯାଇଥିଲା। ସେତେବେଳେ ନିମ୍ନମାନର କାର୍ଯ୍ୟ କରାଯାଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନେଇ ନ ଥିଲା। କିଛି ମାସ ପୂର୍ବରୁ ନାଳ ତଳେ ପଡିଥିବା ଫାଉଣ୍ଡେଶନ ଭାଙ୍ଗି ଥିବା ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଅବଗତ କରାଯିବା ସତ୍ତ୍ୱେ ମରାମତି କରା ନ ଯିବାରୁ ପୋଲଟି ଦବିଯାଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ ଶ୍ରୀନିବାସ ପ୍ରଧାନ କୁହନ୍ତି, ପୋଲଟି ବହୁତ ଦିନର ହୋଇଥିବାବେଳେ ବାଲିମାଫିଆମାନେ ଉକ୍ତ ନାଳରୁ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି। ଫଳରେ ପୋଲଟି ଦବିଯାଇଛି। ଖୁବ ଶୀଘ୍ର ନୂତନ ପୋଲ ନିର୍ମାଣ ନିମନ୍ତେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ

ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ।...

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri