ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲାରେ ଶୁକ୍ରବାର ରାତିରୁ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଜୋରଦାର ବର୍ଷା ଯୋଗୁ ସହରର ତଳିଆ ବ୍ରାହ୍ମଣୀଦେଈପଡ଼ା, ବଣିଆବାହାଳ, ରାଜକିଶୋରପଡ଼ା, ହେମସୁରପଡ଼ା, ଶିମିଳିପଡ଼ାର ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ସେହିପରି ଜାତୀୟ ରାଜପଥ ୫୫ର ଅନୁଗୋଳରୁ କାରଗିଲ ପେଟ୍ରୋଲ ପମ୍ପ, କରଡ଼ାଗାଡ଼ିଆ ଛକରେ ମଧ୍ୟ ପାଣିର ସୁଅ ଦେଖିବାକୁ ମିଳିଥିଲା।
ଜିଲାରେ ମୋଟ ୫୪୬ ମିଲିମିଟର ବର୍ଷା ହୋଇଥିବା ଜରୁରିକାଳୀନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଠମଲ୍ଲିକରେ ସର୍ବାଧିକ ୧୬୬ ମିଲିମିଟର, କଣିହଁାରେ ୯୯.୨ ମିମି, ଅନୁଗୋଳରେ ୫୮.୦ ମିମି, ଛେଣ୍ଡିପଦାରେ ୫୧.୨ ମିମି, ପାଲଲହଡ଼ାରେ ୪୫.୦ ମିମି, ବଅଁରପାଳରେ ୪୪.୮ ମିମି, ତାଳଚେରରେ ୪୨.୦ ମିମି, କିଶୋରନଗରରେ ୪୦.୦ ମିମି ବର୍ଷା ହୋଇଛି। ଅନୁଗୋଳ ସହରରେ ୫୮.୦ ମିମି ବର୍ଷା ହେବା ଫଳରେ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। ଏଥିପାଇଁ ଅନୁଗୋଳ ପୌରପାଳିକାକୁ ଦାୟୀ କରିଛନ୍ତି ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ। ସେ କହିଛନ୍ତି, ପୌରପାଳିକା ପକ୍ଷରୁ ରାସ୍ତା ମରାମତି ହେଉନାହିଁ। ପାଣି ଜମୁଥିବା ସ୍ଥାନ ଗୁଡ଼ିକରେ ଡ୍ରେନ ବ୍ୟବସ୍ଥା ବିପର୍ଯ୍ୟସ୍ତ ଥିବାରୁ ଏପରି ପରିସ୍ଥିତି ଉପୁଜୁଛି। ତେଣୁ ଏଗୁଡ଼ିକ ପ୍ରତି ପୌରପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ବୋଲି ସେ କହିଛନ୍ତି। ସହରରୁ ତୁରନ୍ତ ପାଣି ନିଷ୍କାସନ ପାଇଁ ବ୍ୟବସ୍ଥା କରିବା ସହ ମଶା ତେଲ ଓ ବ୍ଲିଚିଂ ପକାଇବା ପାଇଁ ସେ ଦାବି କରିଛନ୍ତି।
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
Archives


