Posted inଖେଳ

ସ୍ଲୋ-ଓଭର ରେଟ୍‌ ପାଇଁ ନ୍ୟୁଜିଲାଣ୍ଡକୁ ଜରିମାନା

ଅକ୍‌ଲାଣ୍ଡ, ୯ା୨ (ପି.ଟି.)-ଏଠାରେ ଶନିବାର ଖେଳାଯାଇଥିବା ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ-ଓଭର ରେଟ୍‌ ବୋଲିଂ ପାଇଁ ନ୍ୟୁଜିଲାଣ୍ଡ ଦଳକୁ ସେମାନଙ୍କ ମ୍ୟାଚ ଫି’ର ୬୦ ପ୍ରତିଶତ ଜରିମାନା କରାଯାଇଛି। ଆଇସିସି ମ୍ୟାଚ ରେଫରି କ୍ରିସ୍‌ ବ୍ରଡ୍‌ ଏହି ଦଣ୍ଡବିଧାନ କରିଛନ୍ତି। ଟମ୍‌ ଲଥାମଙ୍କ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ଯେତିକି ଓଭର ବୋଲିଂ କରିବା କଥା ତା’ଠାରୁ ୩ ଓଭର ପଛରେ ରହିଯାଇଥିଲା। ଖେଳାଳି ଓ ଖେଳାଳିଙ୍କ ସହାୟକ ଷ୍ଟାଫ୍‌ଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ଆଚରଣ ବିଧିର ଧାରା ୨.୨୨ ଉଲ୍ଲଂଘନ ହୋଇଥିଲା। ଏହି ନିୟମାନୁସାରେ ଓଭର ପିଛା ବିଳମ୍ବ ପାଇଁ ମ୍ୟାଚ୍‌ ଫି’ର ୨୦ ପ୍ରତିଶତ ଆର୍ଥିକ ଜରିମାନା ବ୍ୟବସ୍ଥା ରହିଛି। ଲଥାମ ଦଣ୍ଡକୁ ଗ୍ରହଣ କରିନେବା ଦ୍ୱାରା ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକତା ପଡ଼ି ନ ଥିଲା। ଭାରତ ବିପକ୍ଷ ଚଳିତ ଦ୍ୱିପାକ୍ଷିକ ସିରିଜରେ ନ୍ୟୁଜିଲାଣ୍ଡର ଏହା ପ୍ରଥମ ନିୟମ ଉଲ୍ଲଂଘନ। ଅନ୍ୟପକ୍ଷରେ ଭାରତ ଏହାର ଗତ ୩ଟି ଅନ୍ତର୍ଜାତୀୟ ଗେମ୍‌ (କ୍ରମାଗତ ଦୁଇଟି ଟି୨୦ ଏବଂ ପ୍ରଥମ ଦିନିକିଆ)ରେ ସ୍ଲୋ ଓଭର ରେଟ୍‌ ପାଇଁ ଦଣ୍ଡିତ ହୋଇ ସାରିଛି। ନ୍ୟୁଜିଲାଣ୍ଡ ଦଳ ବିପକ୍ଷରେ ଫିଲ୍ଡ ଅମ୍ପାୟର କ୍ରିସ୍‌ ବ୍ରାଉନ୍‌ ଓ ବ୍ରୁସ୍‌ ଅକ୍ସେନ ଫୋର୍ଡ, ତୃତୀୟ ଅମ୍ପାୟର ଲାଙ୍ଗଟନ ରସେରେ ଏବଂ ୪ର୍ଥ ଅମ୍ପାୟର ଜନ୍‌ ଡେମ୍ପ୍‌ସେ ରିପୋର୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri